ଚଳନ୍ତା ଟ୍ରେନରେ ଚଢିବା ବେଳେ ଅଘଟଣ, ମା ଓ ଶିଶୁ କନ୍ୟା ଗୁରୁତର

ରାୟଗଡା : ଚଳନ୍ତା ଟ୍ରେନରେ ଚଢିବା ବେଳେ ଅଘଟଣ । ରାୟଗଡ଼ା ଜିଲ୍ଲା ସିଙ୍ଗାପୁରୁ ରୋଡ଼ ରେଳ ଷ୍ଟେସନରେ ଏହି ଅଘଟଣ ଘଟିଛି । କରବା ଏକ୍ସପ୍ରେସରେ ଚାପି ହୋଇ ମା ଓ ୪ ବର୍ଷର ଶିଶୁ କନ୍ୟା ଗୁରୁତର ହୋଇପଡିଛନ୍ତି । ସେମାନଙ୍କୁ ବ୍ରହ୍ମପୁରକୁ ସ୍ଥାନାନ୍ତର କରାଯାଇଛି ।
ଉଭୟଙ୍କୁ ପ୍ରଥମେ ରେଳ ବିଭାଗ ପୋଲିସ ରାୟଗଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ପ୍ରାଥମିକ ଚିକିତ୍ସା ପରେ ଡାକ୍ତର ବ୍ରହ୍ମପୁର କୁ ସ୍ଥାନାନ୍ତରିତ କରିଛନ୍ତି । ଏହି ଦୁର୍ଘଟଣାରେ ମା ରତିକା ଚନ୍ଦନାଙ୍କ ର ଦୁଇଟି ହାତ ଏବଂ ଗୋଟିଏ ଗୋଡ଼ କଟି ଯାଇଥିବା ବେଳେ ବାମ ଗୋଡ଼ ଭାଙ୍ଗି ଯାଇଛି । ତାଙ୍କର ୪ ବର୍ଷର ଶିଶୁ କନ୍ୟା ହସ୍ତିନା ଚନ୍ଦନାଙ୍କର ଡାହାଣ ହାତ ଓ ଗୋଡ଼ କଟି ଯାଇଛି ।
ସ୍ୱାମୀ ଚୈତନ୍ୟ ଚନ୍ଦନା ସ୍ତ୍ରୀ ପିଲାଙ୍କୁ ଧରି ଟିଟିଲାଗଡ଼ କାନିଝୁରିରୁ ଗତ ଦୁଇଦିନ ତଳୁ ରାୟଗଡା ପେଣ୍ଟା ପଞ୍ଚାୟତ ଅନ୍ତର୍ଗତ ଜିଞ୍ଜିଲିବାଡ଼ି ସମ୍ପର୍କୀୟଙ୍କ ଦଶା କାର୍ଯ୍ୟରେ ଯୋଗ ଦେବା ନିମନ୍ତେ ଆସିଥିଲେ । ଆଜି ଫେରିବା ସମୟରେ ଏହି ଦୁର୍ଘଟଣାର ଶିକାର ହୋଇଥିଲେ ।