ରାଜ୍ୟ

ଘରର ଛାତ ଅତଡା ଖସି ମା ଓ ଝିଅ ଗୁରୁତର

ବଲାଙ୍ଗିର(କେନ୍ୟୁଜ୍): ଛାତ ଅତଡା ଖସି ମା ଓ ଝିଅ ଗୁରୁତର। ଏଭଳି ଏକ ଘଟଣା ଘଟିଛି ବଲାଙ୍ଗିର ସହର ରଗୁଡିପଡା ମ୍ଯୁନିସିପାଲିଟି କଲୋନୀରେ। ଛାତ ଅତଡା ଖସି ମା ଓ ଝିଅ ଗୁରୁତର ହୋଇଛନ୍ତି । ମା ଗାୟତ୍ରୀ କୁମ୍ଭାରଙ୍କୁ ଗୁରୁତର ଅବସ୍ଥାରେ ବୁର୍ଲା ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।

ଗତକାଲି ରାତିରେ ମାଙ୍କୁ ଖାଇବାକୁ ଦେବାପାଇଁ ଝିଅ ଆରତୀ  ଯିବା ବେଳେ ହଠାତ୍ ଛାତ ଅତଡା ଖସିପଡିଥିଲା । ଯାହାଫଳରେ ଉଭୟଙ୍କ ମୁଣ୍ଡରେ ସେହି ଅତଡା ସବୁ ପଡିଯାଇଥିଲା । ଗୁରୁତର ଅବସ୍ଥାରେ  ଉଭୟଙ୍କୁ ଵଲାଙ୍ଗିର ଭୀମଭୋଇ ମେଡିକାଲ କଲେଜରେ ଭର୍ତ୍ତି କରାଯାଇଥିଲା । ଗାୟତ୍ରୀଙ୍କ ଅବସ୍ଥା ଅଧିକ ଗୁରୁତର ହେବାରୁ ତାଙ୍କୁ ବୁର୍ଲା ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି । ଏବେ ମ୍ୟୁନିସିପାଳିଟି କଲୋନୀର ଘର ସବୁ ଅସୁରକ୍ଷିତ ଅବସ୍ଥାରେ ଥିବାରୁ ଏପରି ଘଟଣା ଘଟିଥିବା କୁହାଯାଉଛି ।

Sonalisa

Recent Posts

ଆଜିର ରାଶିଫଳ: ଦିନଟି ଆପଣଙ୍କର କିପରି ବିତିବ ଜାଣନ୍ତୁ

ମେଷ: ଆଜି ଆପଣଙ୍କ ପାଇଁ ଦିନଟି ଶକ୍ତିଶାଳୀ ହେବାକୁ ଯାଉଛି । ଆପଣ ଠିକ୍ ସମୟରେ କାର୍ଯ୍ୟ ସମାପ୍ତ କରିବାକୁ…

6 hours ago

ଯାତ୍ରୀବାହୀ ବସ୍ ଓଲଟି ୩ ମୃତ, ୫ ଗୁରୁତର

କନ୍ଧମାଳ :  କନ୍ଧମାଳରେ ଓଲଟିଲା ଯାତ୍ରୀବାହୀ ବସ୍ । ୩ ଯାତ୍ରୀ ମୃତ, ୫୦ରୁ ଅଧିକ ଯାତ୍ରୀ ଆହତ ।…

7 hours ago

ପୁତୁରାର ଟାଙ୍ଗିଆ ଚୋଟରେ ଖୁଡି ମୃତ, ଥାନାରେ ପୁତୁରା ଅଟକ

ପାଟଣାଗଡ଼ : ପୁତୁରାର ଟାଙ୍ଗିଆ ଚୋଟରେ ଖୁଡି ମୃତ । ଘଟଣା ଘଟିଛି ପାଟଣାଗଡ଼ ଥାନା କୁତୁମୁଣ୍ଡା ଗ୍ରାମରେ ।…

8 hours ago

ସୋସିଆଲ ମିଡିଆରୁ ହଟିଲା ୪୨୦ ଆପତ୍ତିଜନକ ପୋଷ୍ଟ

ଭୁବନେଶ୍ୱର : ସୋସିଆଲ ମିଡିଆରୁ ହଟିଲା ୪୨୦ ଆପତ୍ତିଜନକ ପୋଷ୍ଟ । ଆଦର୍ଶ ଆଚରଣ ବିଧି ଓ ଆଇନ ଉଲ୍ଲଙ୍ଘନକାରୀ…

10 hours ago

ବସ୍ ସହ ପିକଅପ୍ ଭ୍ୟାନ ଧକ୍କା, ୧୯ ହୋମଗାର୍ଡ ଆହତ

ଭୁବନେଶ୍ୱର : ନିର୍ବାଚନ ଡ୍ୟୁଟିରେ ଯାଉଥିବା ବେଳେ ବସ୍ ଦୁର୍ଘଟଣା । ନିର୍ବାଚନ ଡ୍ୟୁଟିରେ ବଲାଙ୍ଗିରରୁ କେନ୍ଦ୍ରାପଡ଼ାକୁ ବସଟି ଯାଉଥିଲା।…

11 hours ago

ରାଜ୍ୟରେ ବଢୁଛି ତାପମାତ୍ରା, ହିଟୱେଭ ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ରାଜ୍ୟରେ ବଢୁଛି ତାପମାତ୍ରା । ହିଟୱେଭ ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।…

11 hours ago