ରାଜ୍ୟ

ଧର୍ମଶାଳାରେ ୧୨ହଜାର ଟଙ୍କାରେ ଶିଶୁ କନ୍ୟା ବିକ୍ରି ଅଭିଯୋଗ

ଯାଜପୁର (କେନ୍ୟୁଜ) : ଯାଜପୁର ଜିଲ୍ଲା ଧର୍ମଶାଳା ଥାନା କୋତପୁର ପଞ୍ଚାୟତର ସାନରାଏପଡା ଗ୍ରାମରେ ଘଟିଛି ଅଭାବନୀୟ ଘଟଣା। ଜନ୍ମିତ ଶିଶୁକନ୍ୟାକୁ ୧୨ହଜାର ଟଙ୍କାରେ ବିକି ଦେଇଛି ବାପା। ସୂଚନା ମୁତାବକ, ସାନରାଏପଡା ଗ୍ରାମର ରାମଚନ୍ଦ୍ର ବେହେରାଙ୍କ ଝିଅ କାଂଚନ ଗତ ୨୭ ତାରିଖ ସକାଳ ୬ଟା ୪୫ରେ ଧର୍ମଶାଳା ଡାକ୍ତରଖାନାରେ ଏକ କନ୍ୟାକୁ ଜନ୍ମ ଦେଇଥିଲା।

୨୮ ତାରିଖ ଦିନ ସେମାନେ ଧର୍ମଶାଳା ମେଡିକାଲ ପରିସରରେ ଜନ୍ମିତ ଶିଶୁକନ୍ୟାକୁ କେନ୍ଦ୍ରାପଡା ଜିଲ୍ଲା ମହାକାଳପଡା ଅଂଚଳର ଜଣେ ଲୋକକୁ ୧୨ହଜାର ଟଙ୍କାରେ ବିକିଦେଇଥିଲେ। ତେବେ ଏ ସମ୍ପର୍କରେ ମେଡିକାଲ କର୍ତ୍ତୃପକ୍ଷ କିଛି ଜାଣିପାରିନଥିଲେ। କାଂଚନଙ୍କ ସ୍ବାମୀ ନଟ ବେହେରା ସେହି ସାନରାଏପଡା ଗ୍ରାମର କାଳନ୍ଦୀ ଦାସ ଓ ତାଙ୍କ ପୁଅ ଦୀପକ ଦାସଙ୍କ ମାଧ୍ୟମରେ ପିଲାଟିକୁ ମହାକାଳପଡା ଅଂଚଳର ଜଣେ ବ୍ୟକ୍ତିକୁ ୧୨ହଜାର ଟଙ୍କାରେ ବିକ୍ରି କରିଦେଇଥିବା ଜଣାପଡିଥିଲା।

ଅଭାବ ଅନଟନ ଓ ଦାରିଦ୍ର୍ୟ ପାଇଁ ଶିଶୁ କନ୍ୟାଟିକୁ ବିକ୍ରି କରିଦେଇଥିବା ପରିବାର ଲୋକେ ସ୍ୱୀକାର କରିଛନ୍ତି। ଖବର ପାଇ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଅଧିକାରୀ ଘଟଣା ସ୍ଥଳରେ ପହଞ୍ଚି ଘଟଣାର ଅନୁଧ୍ୟାନ କରିଛନ୍ତି । ବିକ୍ରି ହୋଇଥିବା ଶିଶୁକୁ ଉଦ୍ଧାର କରାଯିବା ସହ ଦୋଷୀ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲ୍ଲା ଶିଶୁ ସୁରକ୍ଷା ବିଭାଗ ପକ୍ଷରୁ କୁହାଯାଇଛି।

Niharanjan

Recent Posts

ଆଜିର ରାଶିଫଳ : ଜାଣନ୍ତୁ ଆଜି ବ୍ୟବସାୟୀଙ୍କ ପାଇଁ କିପରି କଟିବ ଦିନ

ମେଷ : କାର୍ଯ୍ୟ ସମ୍ବନ୍ଧୀୟ କିଛି ସୃଜନାତ୍ମକ ଚିନ୍ତାଧାରା ମନକୁ ଆସିପାରେ, ଯାହାକୁ ଆପଣ ନିଜ କାମରେ ବ୍ୟବହାର କରିପାରିବେ,…

5 hours ago

ଓଡ଼ିଶାର ଗଣମାଧ୍ୟମ ପରିବାର ପକ୍ଷରୁ ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର : ଭାରତୀୟ ଗଣମାଧ୍ୟମ ଜଗତର ପ୍ରମୁଖ ବ୍ୟକ୍ତିିତ୍ୱ ରାମୋଜୀ ରାଓଙ୍କ ବିୟୋଗରେ ଓଡ଼ିଶାର ମିଡିଆ ପରିବାର ମଧ୍ୟରେ ଗଭୀର…

5 hours ago

ଫେସବୁକ ପ୍ରେମର କରୁଣ ପରିଣତି, ପ୍ରେମିକାର ଗଳା କାଟିବା ପରେ ନିଜ ଗଳା କାଟି ଜୀବନ ହାରିଲେ ପ୍ରେମିକ

ଦେବଗଡ଼ : ଫେସବୁକ ପ୍ରେମର କରୁଣ ପରିଣତି l ସାହି ଦାଣ୍ଡରେ ପ୍ରେମିକାର ତଣ୍ଟି କାଟିବା ପରେ ନିଜେ ନିଜ…

6 hours ago

ଥାନାକୁ ଡାକି ଯୁବକଙ୍କୁ ଥାର୍ଡ଼ ଡିଗ୍ରୀ କରିବା ଘଟଣା : ନିଲମ୍ବିତ ହେଲେ ପୋଲିସ ଏଏସଆଇ

ସୁବର୍ଣ୍ଣପୁର : ମିଛ କେଶରେ ଯୁବକଙ୍କୁ ଥାନାକୁ ଡାକି ଥାର୍ଡ଼ ଡିଗ୍ରୀ କରିବା ଏଏସଆଇଙ୍କୁ ମହଙ୍ଗା ପଡିଲା  l ଘଟଣାକୁ…

6 hours ago

ରୋଗୀ ଆଣୁଥିବା ବେଳେ 108 ଆମ୍ବୁଲାନ୍ସରେ ଅଗ୍ନିକାଣ୍ଡ, ଅଳ୍ପକେ ବର୍ତ୍ତିଲେ ରୋଗୀ ଓ ଡ୍ରାଇଭର

ବାସୁଦେବପୁର :  ଭଦ୍ରକ ଜିଲ୍ଲା ବାସୁଦେବପୁର ଜାମୁଝାଡି ରାସ୍ତାର ବେତଡା ପେଟ୍ରୋଲ ପମ୍ପ ନିକଟରେ ରୋଗୀ ଆଣୁଥିବା ବେଳେ 108 …

7 hours ago

କୋଇଲା ଟ୍ରେନରେ ନିଆଁ, ଆୟତ୍ତ କରିବା ପାଇଁ ଲାଗିଛନ୍ତି ଦମକଳ ବାହିନୀ

ସୋର : କୋଇଲା ବଗିରେ ଲାଗିଛି ନିଆଁ  l କୋଇଲା ବୋଝେଇ ଟ୍ରେନ ଧାମରାରୁ ଖଡ଼ଗପୁର ଯିବା ବେଳେ ସୋର…

8 hours ago