Below header

କଣ୍ଟାମାଳ ଓ କନ୍ଧମାଳ ଜିଲ୍ଲାର ରାଇକିଆକୁ ଏନଏସି ଘୋଷଣା ପରେ ମୁଖ୍ୟମନ୍ତ୍ରୀଙ୍କୁ ସ୍ଵାଗତ ଜଣାଇଲେ ସାଂସଦ ଡ. ଅଚ୍ୟୁତ ସାମନ୍ତ

ବୌଦ୍ଧ ଜିଲ୍ଲାର ବୌଦ୍ଧଗଡ଼ ଏନଏସିକୁ ମ୍ୟୁନିସିପାଲିଟି ଏବଂ ବୌଦ୍ଧ ଜିଲ୍ଲାର କଣ୍ଟାମାଳ ଓ କନ୍ଧମାଳ ଜିଲ୍ଲାର ରାଇକିଆକୁ ଏନଏସି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ବୌଦ୍ଧ ଜିଲ୍ଲାର ବୌଦ୍ଧଗଡ଼ ଏନଏସିକୁ ମ୍ୟୁନିସିପାଲିଟି ଏବଂ ବୌଦ୍ଧ ଜିଲ୍ଲାର କଣ୍ଟାମାଳ ଓ କନ୍ଧମାଳ ଜିଲ୍ଲାର ରାଇକିଆକୁ ଏନଏସି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀଙ୍କ ଏହି ନିଷ୍ପତ୍ତିକୁ କନ୍ଧମାଳ ସାଂସଦ ଡ. ଅଚ୍ୟୁତ ସାମନ୍ତ ସ୍ଵାଗତ କରିବା ସହ ତାଙ୍କୁ ଗଭୀର କୃତଜ୍ଞତା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଏହି ଘୋଷଣା ପରେ ବୌଦ୍ଧ, କଣ୍ଟାମାଳ ଓ ରାଇକିଆ ଅଞ୍ଚଳବାସୀଙ୍କ ମଧ୍ୟରେ ଖୁସିର ଲହରୀ ଖେଳି ଯାଇଛି। ସ୍ଥାନୀୟ ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ଦାବିକୁ ମୁଖ୍ୟମନ୍ତ୍ରୀ ପୂରଣ କରିଥବାରୁ ଡ. ସାମନ୍ତ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ବୌଦ୍ଧ, କଣ୍ଟାମାଳ ଓ ରାଇକିଆରେ ବିକାଶର ଧାରା ଆହୁରି ତ୍ୱରାନ୍ଵିତ ହେବ ବୋଲି ଡ. ସାମନ୍ତ କହିଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.