Below header

କନ୍ଧମାଳରେ ମେଡିକାଲ କଲେଜ ଓ ହସ୍ପିଟାଲ ପ୍ରତିଷ୍ଠା ନେଇ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ସାଂସଦ ଡ. ଅଚ୍ୟୁତ ସାମନ୍ତ ଓ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ

ଭୁବନେଶ୍ବର(କେନ୍ୟୁଜ୍):  କନ୍ଧମାଳ ଜିଲ୍ଲାରେ ମେଡିକାଲ କଲେଜ ଓ ହସ୍ପିଟାଲ ପ୍ରତିଷ୍ଠା ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ପରେ ଧନ୍ୟବାଦ ଜଣାଇଛନ୍ତି କନ୍ଧମାଳ ସାଂସଦ ଡ. ଅଚ୍ୟୁତ ସାମନ୍ତ ଓ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ । ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଧନ୍ୟବାଦ ଜଣାଇଛନ୍ତି ଡ. ଅଚ୍ୟୁତ ସାମନ୍ତ। କନ୍ଧମାଳର ବହୁ ଲୋକପ୍ରତିନିଧି ଓ ସାଧାରଣ ଲୋକ ତାଙ୍କ ସହ ଉପସ୍ଥିତ ଅଛନ୍ତି । ୭୪ତମ ଜନ୍ମଦିନରେ ଫୁଲବାଣୀରେ ମେଡିକାଲ କଲେଜ ଓ ହସ୍ପିଟାଲ ପାଇଁ ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ। ଏହାପରେ ଡ଼ ସାମନ୍ତ କହିଥିଲ, ଫୁଲବାଣୀରେ ମେଡିକାଲ କଲେଜ ଓ ହସ୍ପିଟାଲ ପ୍ରତିଷ୍ଠା ନେଇ କନ୍ଧମାଳବାସୀଙ୍କ ଦୀର୍ଘ ଦିନର ସ୍ୱପ୍ନ ପୂରଣ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.