ଘରୁ ଡାକିନେଇ ଯୁବକଙ୍କୁ ଗୋଡାଇ ଗୋଡାଇ ଆକ୍ରମଣ, ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଜୀବନ

ବଲାଙ୍ଗିର(କେନ୍ୟୁଜ୍): ଘରୁ ଡାକିନେଇ ହତ୍ୟା। ବଲାଙ୍ଗିର ଜିଲ୍ଲା ଲୋଇସିଙ୍ଗା ବ୍ଲକ ଛକରେ ଯୁବକଙ୍କୁ ଗୋଡାଇ ଗୋଡାଇ ଆକ୍ରମଣ। ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ରୂପକ କୁମାର ହନୁମାନ। ପାଞ୍ଚ ଜଣ ଦୁର୍ବୃତ୍ତ ଆସି ରୂପକକୁ ଘରୁ ଡାକିନେଇ ଆକ୍ରମଣ କରିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ବଲାଙ୍ଗିର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି।

ଘଟଣାରେ ଜଣେ ଅଭିଯୁକ୍ତକୁ ଅଟକ ରଖିଛି ପୋଲିସ। ଆଉ ୪ ଜଣ ଫେରାର ହୋଇଯାଇଛନ୍ତି। ପୂର୍ବ ଶତୃତାକୁ କେନ୍ଦ୍ର କରି ହତ୍ୟାକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି। ଘଟଣାରେ ପୋଲିସର ତଦନ୍ତ ଜାରି ରହିଛି ।

Leave A Reply

Your email address will not be published.