Below header

ବ୍ରହ୍ମପୁର ଝାଡ଼ାଙ୍କୁଲିରେ ହତ୍ୟାକାଣ୍ଡ: ଦୁର୍ବୃତ୍ତଙ୍କ ମରଣାନ୍ତକ ଆକ୍ରମଣରେ ବାପା ମୃତ ଓ ପୁଅ ଗୁରୁତର

ବ୍ରହ୍ମପୁର: ବ୍ରହ୍ମପୁର ସଦର ଥାନା ଅନ୍ତର୍ଗତ ଝାଡ଼ାଙ୍କୁଲିରେ ହତ୍ୟାକାଣ୍ଡ । ଦୁର୍ବୃତ୍ତଙ୍କ ମରଣାନ୍ତକ ଆକ୍ରମଣରେ ବାପା ମୃତ ଓ ପୁଅ ଗୁରୁତର । ଗତକାଲି ରାତି ପ୍ରାୟ ୧୦ଟା ସମୟରେ ଝାଡ଼ାଙ୍କୁଲି ଛକରେ ଏଭଳି ଘଟଣା ଦେଖିବାକୁ ମିଳିଛି । କିଛି ଦୁବୃର୍ତ୍ତଙ୍କ ଆକ୍ରମଣରେ କୋରା ସେଠୀଙ୍କୁ ମୃତ୍ୟୁ ହୋଇଥିବା ବେଳେ ଗୁରୁତର ଭାବେ ଆହତ ହୋଇଛନ୍ତି ପ୍ରଶାନ୍ତ ସେଠୀ ।

ଗୁରୁତର ଅବସ୍ଥାରେ ପ୍ରଶାନ୍ତଙ୍କୁ ବ୍ରହ୍ମପୁର ଏମକେସିଜି ମେଡ଼ିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏହି ହତ୍ୟାକାଣ୍ଡ ହୋଇଥିବା ସୂଚନା ମିଳିଛି । ଘଟଣା ସମ୍ପର୍କରେ ଜାଣିବା ପରେ ସଦର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଏପଟେ ଏମକେସିଜି ମେଡ଼ିକାଲରେ ଟାଉନ ଏସଡିପିଓ ବିଷ୍ଣୁ ପତି ଓ ବେଦ୍ୟନାଥପୁର ଥାନା ପୋଲିସ ତଦନ୍ତ ଆରମ୍ଭ କରିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.