ଗଞ୍ଜାମ : ଗାଁ ଦାଣ୍ଡରେ ଯୁବକଙ୍କୁ ଖଣ୍ଡାରେ ହାଣି ହତ୍ୟା

ଗଞ୍ଜାମ(କେନ୍ୟୁଜ୍) : ଗାଁ ଦାଣ୍ଡରେ ଯୁବକଙ୍କୁ ହତ୍ୟା। ଗଞ୍ଜାମ ଜିଲ୍ଲା ବୁଗୁଡ଼ା ଥାନା ଗୋଲିଆ ଗାଁରେ ଘଟିଛି ଏହି ହତ୍ୟାକାଣ୍ଡ। ମୃତକ ଜଣକ ମୀନକେତନ ସାମଲ। ମୀନକେତନ ଗାଁ ଦାଣ୍ଡରେ ଛିଡା ହୋଇଥିବାବେଳେ ଦୁର୍ବୃତ୍ତମାନେ ଆସି ତାଙ୍କୁ ଖଣ୍ଡାରେ ହାଣି ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ।

ଗୁରୁତର ଅବସ୍ଥାରେ ତାଙ୍କୁ ବୁଗୁଡ଼ା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ବୁଗୁଡ଼ା ଥାନା ପୋଲିସ ଘଟଣାସ୍ତଳରେ ପହଞ୍ଚି ତଦନ୍ତ କରୁଛି। ତେବେ ହତ୍ୟାକାଣ୍ଡର ପ୍ରକୃତ କାରଣ ଜଣାପଡିନଥିବାବେଳେ ପୂର୍ବ ଶତୃତାରୁ ମୀନକେତନଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.