Below header

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ହତ୍ୟାକାଣ୍ଡ, କଟୁରୀ ଚୋଟରେ ଗଲା ଜଣଙ୍କ ଜୀବନ

ଯାଜପୁର(କେନ୍ଯୁଜ୍): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ହତ୍ୟାକାଣ୍ଡ । ଯାଜପୁର ଥାନା ବୃନ୍ଦାବନପୁର ଗାଁରେ ଅଭାବନୀୟ ଘଟଣା ଘଟିଛି। କଟୁରୀ ଚୋଟରେ ପ୍ରକାଶ ଚନ୍ଦ୍ର ଦାସଙ୍କ ମୃତ୍ୟୁ ହୋଇଛି। ଗାଁକୁ ଷ୍ଟ୍ରିଟ୍‌ ଲାଇଟ୍‌ ଲାଗିବା ପାଇଁ ଆସିଥିଲା। ଏହାକୁ ନେଇ ପ୍ରକାଶ ଓ ଦେବ ମଲ୍ଲିକଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା ।

ଏଥିରେ ଉତ୍‌କ୍ଷିପ୍ତ ହୋଇ ଦେବ ମଲ୍ଲିକ ପ୍ରକାଶଙ୍କୁ କଟୁରୀରେ ହାଣିଥିବା ଅଭିଯୋଗ ହୋଇଛି। ଗୁରୁତର ଅବସ୍ଥାରେ ତାଙ୍କୁ ଯାଜପୁର ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲର୍ତ୍ତ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।

ଅଭିଯୁକ୍ତ ଦେବଙ୍କୁ ଗ୍ରାମବାସୀ ଅଟକ ରଖି ପୋଲିସରେ ଜିମା ଦେଇଛନ୍ତି । ଉଭୟଙ୍କ ମଧ୍ୟରେ ପୂର୍ବରୁ ବିବାଦ ଲାଗି ରହିଥିଲା। ହତ୍ୟାକାଣ୍ଡକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି। ପୋଲିସ ଏହି ଘଟଣାର ତଦନ୍ତ ଜାରି ରଖିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.