ଖୋର୍ଦ୍ଧାରେ ରାଜନୈତିକ ହିଂସା , ବଡ଼ପୋଖରିଆର ପୂର୍ବତନ ସରପଞ୍ଚ ମଙ୍ଗୁଳି ଜେନାଙ୍କୁ ଗୁଳି କରି ହତ୍ୟା

ଖୋର୍ଦ୍ଧା(କେନ୍ୟୁଜ୍) : ଖୋର୍ଦ୍ଧାରେ ରାଜନୈତିକ ହିଂସା । ବିଜେପି ମଣ୍ଡଳ ସଭାପତି ତଥା ବଡ଼ପୋଖରିଆର ପୂର୍ବତନ ସରପଞ୍ଚ ମଙ୍ଗୁଳି ଜେନାଙ୍କୁ ଗୁଳି କରି ହତ୍ୟା କରାଯାଇଥିବା ଜଣାପଡ଼ିଛି । ଅଭିଯୁକ୍ତଙ୍କ ଗିରଫ ଦାବିରେ ଖୋର୍ଦ୍ଧା ଟାଉନ୍ ଥାନା ଆଗରେ ବିଜେପି ପକ୍ଷରୁ ବିକ୍ଷୋଭ କରାଯାଇଛି । ଘଟଣାସ୍ଥଳରେ ଉତ୍ତେଜନା ଲାଗି ରହିଥିବାରୁ ବ୍ୟାପକ ପୋଲିସ ମୁତୟନ କରାଯାଇଛି । ଘଟଣାର ତଦନ୍ତ କରାଯିବା ସହ ବିଭିନ୍ନ ସ୍ଥାନରେ ଚଢାଉ କରାଯାଉଥିବା ଏସ୍ପି ସୂଚନା ଦେଇଛନ୍ତି ।
ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ :
ଏହି ଘଟଣାରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଘଟଣାକୁ ଦୃଢ ନିନ୍ଦା କରିବା ସହ ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି । ଟ୍ଵିଟ୍ କରି କହିଛନ୍ତି, ଗଣତନ୍ତ୍ରରେ ହିଂସାର କୌଣସି ସ୍ଥାନ ନାହିଁ । ଘଟଣାକୁ ଗୁରୁତର ସହ ନେବା ପାଇଁ ନିର୍ବାଚନ କମିଶନଙ୍କୁ ଅନୁରୋଧ କରିଛନ୍ତି । ଘଟଣାକୁ ଗୁରୁତର ସହ ନେବା ସହ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପୋଲିସକୁ ନିର୍ଦ୍ଦେଶ ଦେବା ପାଇଁ ନିର୍ବାଚନ କମିଶନଙ୍କୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ ।