Below header

ରାଜଧାନୀ ଭୁବନେଶ୍ୱରରେ ଚାଞ୍ଚଲ୍ୟ, ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କୁ ଗୋଡାଇ ଗୋଡାଇ ହାଣିଲେ ଦୁର୍ବୃତ୍ତ

ଭୁବନେଶ୍ୱର(କେନ୍ୟୁଜ୍): ରାଜଧାନୀ ଭୁବନେଶ୍ୱରରେ ଚାଞ୍ଚଲ୍ୟ । ଯୁବକଙ୍କ ଗୋଡାଇ ଗୋଡାଇ ହାଣିଲେ ଦୁର୍ବୃତ୍ତ । ଗତକାଲି ବିଳମ୍ବିତ ରାତିରେ ସୁନ୍ଦରପଦା ଏକାମ୍ର କଲେଜ ପଡ଼ିଆରେ ଘଟିଛି ହତ୍ୟାକାଣ୍ଡ । ଏହି ଘଟଣାରେ ୨୫ ଜଣଙ୍କ ନାଁରେ ମାମଲା ରୁଜୁ ହୋଇଛି । ଗତକାଲି ରାତିରେ ଦୀପାବଳି ଅବସରରେ ଦୁଇ ଗୋଷ୍ଠୀ ଭୋଜି କରୁଥିଲେ । ଏହି ସମୟରେ ବାଣ ଫୁଟାଇବାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ହୋଇଥିବା ବଚସାରୁ ହତ୍ୟାକାଣ୍ଡ ହୋଇଥିବା ସନ୍ଦେହ କରାଯାଉଛି ।

murder

ମୃତକଙ୍କ ନାଁ ଅମରେଶ ନାୟକ । ପୂର୍ବରୁ ମଧ୍ୟ ଅମରେଶଙ୍କୁ ଆକ୍ରମଣ ହୋଇଥିଲା । ପୂର୍ବ ଶତ୍ରୁତା ଥିବାରୁ ଗତକାଲିର ଘଟଣା ପରେ ଉତ୍ତ୍ୟକ୍ତ ହୋଇ ଉଠିଥିଲେ ଅନ୍ୟ ଗୋଷ୍ଠୀର ଲୋକେ । ଆକ୍ରମଣ ପରେ ଘଟଣାସ୍ଥଳରେ ହିଁ ଅମରେଶଙ୍କ ମୃତ୍ୟୁ ହୋଇଥିଲା । ଖବର ପାଇ ଏୟାରଫିଲ୍‌ଡ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତ ଦେହ ଜବତ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି । ସେପଟେ ଅଭିଯୁକ୍ତକୁ ତୁରନ୍ତ ଗିରଫ ଦାବିରେ ସ୍ଥାନୀୟ ଲୋକେ ଥାନା ଘେରାଉ କରିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.