ସମାଧାନ ପାଇଁ ଆସିଥିଲେ କିନ୍ତୁ ଘଟିଗଲା କିଛି ଏପରି, ବାପା ଆଗରେ ପୁଅକୁ ମାରିଦେଲେ ଦୁର୍ବୃତ୍ତ

ଭୁବନେଶ୍ବର (କେନ୍ୟୁଜ୍) : ବାପା ଆଗରେ ପୁଅକୁ ମାରିଦେଲେ ଦୁର୍ବୃତ୍ତ। ବିଳମ୍ବିତ ରାତିରେ କୋଣାର୍କ ଅସ୍ତରଙ୍ଗ ଥାନା ଆଳସାହିର ଏହି ନୃଶଂସ ହତ୍ୟାକାଣ୍ଡ ଘଟିଛି। ମୃତକ ହେଲେ ଦିଲୀପ ସ୍ୱାଇଁ। ସମାଧାନ ପାଇଁ ଆସିଥିବା କିଛି ଦୁର୍ବୃତ୍ତଙ୍କ ଆକ୍ରମଣରେ ବାପା ଓ ପୁଅ ଦୁଇ ଜଣ ଗୁରୁତର ଆହତ ହୋଇଥିଲେ। ଗୁରୁତର ଅବସ୍ଥାରେ ଦୁଇ ଜଣଙ୍କୁ ଭୁବନେଶ୍ୱର ସ୍ଥାନାନ୍ତରବେଳେ ଅଧରାସ୍ତାରେ ପୁଅ ଦିଲ୍ଲୀପଙ୍କ ମୃତ୍ୟୁ ହୋଇଥିଲା। ବାପାଙ୍କ ସମେତ ଅନ୍ୟ ୨ ଜଣଙ୍କୁ ଚିକିତ୍ସା ପାଇଁ ଭୁବନେଶ୍ୱରର ଏକ ଘରୋଇ ହସ୍‌ପିଟାଲରେ ଭର୍ତ୍ତି କରାଯାଇଛି। ଗତକାଲି ରାତିରେ ସମାଧାନ ପାଇଁ ୨ ଗୋଷ୍ଠୀଙ୍କ ମଧ୍ୟରେ ଆଲୋଚନା ଚାଲିଥିବାବେଳେ ଏହି ନୃଶଂସ ହତ୍ୟାକାଣ୍ଡ ଘଟିଥିଲା। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି। ଉତ୍ୟକ୍ତ ଲୋକେ ରାସ୍ତାରେ ଟାୟାର ଜାଳି ପ୍ରତିବାଦ କରୁଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.