Below header

ହାତ ପାଆନ୍ତାରେ ଲୋକେ ପାଇବେ ସେବା, ମୋ ସେବା କେନ୍ଦ୍ର ଓ Odisha One Porta ହେଲା ଲୋକାର୍ପିତ

କେନ୍ୟୁଜ୍(ବ୍ୟୁରୋ):  ପଞ୍ଚାୟତିରାଜ ଓ ଲୋକସେବା ଦିବସ ପାଳନ ଅବସରରେ ୩ ହଜାର ମୋ ସେବା କେନ୍ଦ୍ର ଓ Odisha One Porta ଲୋକାର୍ପିତ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଲୋକାର୍ପଣ କରିଛନ୍ତି । 5T ଉପକ୍ରମ ଅନୁଯାୟୀ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମର ଆରମ୍ଭ କରାଯାଇଛି । ସେବା ଓ ସମ୍ମାନ ହେଉଛି ସରକାରଙ୍କ ମୂଳମନ୍ତ୍ର ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

odisha my seva

ଆଗାମୀ ଦିନରେ ରାଜ୍ୟର ସବୁ ପଞ୍ଚାୟତରେ ଗୋଟିଏ ଲେଖାଏଁ ମୋ ସେବା କେନ୍ଦ୍ର ଖୋଲାଯିବ । ଏହାଦ୍ୱାରା ୮ହଜାର ଯୁବକ ଯୁବତୀ ଆତ୍ମନିଯୁକ୍ତିର ସୁଯୋଗ ପାଇବେ । ସେହିପରି ସହରବାସୀ ତଥା କମ୍ପୁଟର ଜାଣିଥିବା ଲୋକଙ୍କ ପାଇଁ Odisha One Portal ସେବା ଯୋଗାଇବାରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.