Categories: ରାଜ୍ୟ

ମେକ୍‌ ଇନ୍‌ ଓଡ଼ିଶା କନକ୍ଲେଭ୍‌ ରୋଡ୍‌ ସୋ ପାଇଁ ଆଜି ଚେନ୍ନାଇ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର(କେନ୍ଯୁଜ୍) : ଆସନ୍ତାକାଲି ଚେନ୍ନାଇରେ ମେକ୍‌ ଇନ୍‌ ଓଡ଼ିଶା ରୋଡ୍‌ ସୋ । ଏଥିପାଇଁ ଆଜି ଚେନ୍ନାଇ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପୂର୍ବ ଭାରତରେ ମାନୁଫାକ୍‌ଚରିଙ୍ଗ୍ ହବ୍‌ ଭାବେ ଉଭା ହେଉଛି ଓଡ଼ିଶା । ପୁଞ୍ଜିନିବେଶ ପାଇଁ ପାଲଟିଛି ଆକର୍ଷଣୀୟ ସ୍ଥାନ । ଆଗକୁ ମେକ୍‌ ଇନ୍‌ ଓଡ଼ିଶା କନକ୍ଲେଭ୍‌ ଥିବାରୁ ରାଜ୍ୟରେ ନିବେଶ ସୁଯୋଗର ପ୍ରଚାର କରିବ ଓଡ଼ିଶା । ଚେନ୍ନାଇରେ ମେକ ଇନ ଓଡ଼ିଶା ରୋଡ ସୋରେ ରାଜ୍ୟରେ ଥିବା ନିବେଶ ସୁଯୋଗ ସମ୍ପର୍କରେ ଶିଳ୍ପପତିମାନଙ୍କୁ ଅବଗତ କରାଯିବ । କାର୍ଯ୍ଯକ୍ରମରେ ବହୁ ଶିଳ୍ପପତି ଓ ଷ୍ଟାର୍ଟ ଅପ୍‌ କଂପାନୀ ପ୍ରମୁଖ ଯୋଗ ଦେବାର କାର୍ଯ୍ଯକ୍ରମ ରହିଛି ।

ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭର ପ୍ରଥମ ସଂସ୍କରଣରେ ପ୍ରାୟ ୨ ଲକ୍ଷ କୋଟି ଟଙ୍କାର ନିବେଶ ପ୍ରସ୍ତାବ ଆସିଥିଲା । ଆସନ୍ତା ନଭେମ୍ବର ୧୧ରୁ ୧୫ ତାରିଖ ମଧ୍ୟରେ ଆୟୋଜନ ହେବ ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭର ଦ୍ୱିତୀୟ ସଂସ୍କରଣ । ତା ପୂର୍ବରୁ ଓଡ଼ିଶା ଦେଶର ବିଭିନ୍ନ ସହରରେ ନିଜ ସୁଯୋଗର ସୋ’ କରୁଛି । ପୂର୍ବରୁ ମୁମ୍ବାଇ, ବେଙ୍ଗାଲୁରୁ ଓ ଦିଲ୍ଲୀରେ ହୋଇଥିଲା ମେକ୍‌ ଇନ୍‌ ଓଡ଼ିଶା ରୋଡ୍‌ ସୋ । ଦେଶ ବାହାରେ ବି ଏନେଇ ପ୍ରଚାର ପ୍ରସାର କରାଯାଉଛି । ଶିଳ୍ପପତିଙ୍କୁ ଓଡ଼ିଶାରେ ଅନୁକୁଳ ବାତାବରଣ ନେଇ ଅବଗତ କରାଉଛନ୍ତି ରାଜ୍ୟ ସରକାର ।

KNews Bureau

Recent Posts

ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା, ୩ ଅଭିଯୁକ୍ତ ଗିରଫ

ରାଉରକେଲା : ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା । ୩ ଅଭିଯୁକ୍ତ ଗିରଫ । ଭୁବନେଶ୍ଵରରୁ ଗିରଫ କଲା…

6 mins ago

ହଜାର ହଜାର ପ୍ରଦର୍ଶନକାରୀ କେନିଆ ସଂସଦରେ ଲଗାଇଦେଲେ ନିଆଁ, ଭାରତ ନିଜ ନାଗରିକଙ୍କ ପାଇଁ ଜାରି କଲା ଆଡ୍‌ଭାଇଜରୀ

ସରକାରଙ୍କ ପ୍ରସ୍ତାବିତ ଟିକସ ବୃଦ୍ଧି ପ୍ରତିବାଦରେ କେନିଆରେ ହିଂସାତ୍ମକ ବିରୋଧ ପ୍ରଦର୍ଶନ ହେଉଛି । ଏହି ହିଂସାରେ ନାଇରୋବିରେ ୫…

8 mins ago

କଟକରେ ଯାନବାହନ ସୁରକ୍ଷିତ ଚଳାଚଳ ଓ ପାର୍କିଂ ପାଇଁ କିଛି ରାସ୍ତାକୁ NO PARKING ZONE ଘୋଷଣା

କଟକ: କଟକ ସହରରେ ଦୂର ହେବ ଟ୍ରାଫିକ ସମସ୍ୟା । ସହର ମଧ୍ୟରେ ଯାନବାହନର ସୁରକ୍ଷିତ ଚଳାଚଳ ଓ ପାର୍କିଂ…

16 mins ago

ଚାନ୍ଦବାଲି ପୋଲିସର ବର୍ବରତା: ଥାନା ଆଗରେ ମହିଳାଙ୍କୁ ନିର୍ଧୁମ ମାଡ଼

ଚାନ୍ଦବାଲି: ବର୍ବରତାର ସୀମା ଟପିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ପୋଲିସ୍ । ଯାହାର ଭିଜୁଆଲ୍ କ୍ୟାମେରାରେ କଏଦ ହୋଇଥିଲେ ସୁଦ୍ଧା…

41 mins ago

ଜାଣନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧ ଟଙ୍କା ୦୫ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…

50 mins ago

ଆସନ୍ତାକାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ

କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…

1 hour ago