ଶ୍ରୀମନ୍ଦିରରେ ଚାଲିଛି ନନ୍ଦୋତ୍ସବ ନୀତି, ଭରତିଆ ଗୌଡ଼ ପୁତ୍ର ଜନ୍ମ ହେବା ଖବର ଦିଆଯିବ ନନ୍ଦରାଜାଙ୍କୁ

ପୁରୀ(କେନ୍ୟୁଜ୍): ଶ୍ରୀମନ୍ଦିରରେ ନନ୍ଦୋତ୍ସବ ନୀତି। ଗତକାଲି ପ୍ରଭୁ ଶ୍ରୀକୃଷ୍ଣ ଧରାବତରଣ କରିବା ପରେ ଶ୍ରୀମନ୍ଦିରରେ ନନ୍ଦୋତ୍ସବ ନୀତି ପାଳିତ ହେଉଛି। ମଙ୍ଗଳ ଆଳତୀ ସରିବା ପରେ ମହାଜନ ସେବାୟତ ରାମକୃଷ୍ଣଙ୍କୁ ଆଣି ଜଗମୋହନ ଦୋଳିରେ ଏବଂ ଦକ୍ଷିଣ ଘରୁ ମଦନମୋହନ ଆସି ମଧ୍ୟ ଦୋଳିରେ ବିଜେ ହେବେ।

ମଇଲମ ଓ ଅନ୍ୟାନ୍ୟ ନୀତି ସରିବା ପରେ ପ୍ରଭୁ ଶ୍ରୀଜଗନ୍ନାଥ ଓ ଦେବୀ ସୁଭଦ୍ରାଙ୍କ ନିକଟରେ ଷଠି ଓ ମାର୍କଣ୍ଡି ପୂଜା ହେବ। ମଙ୍ଗଳାର୍ପଣ ଓ ବନ୍ଦାପନା ନୀତି ପରେ ଭଣ୍ଡାରଘରୁ ଦେବୀ ଦୁର୍ଗାଙ୍କୁ ପତିମହାପାତ୍ର ବିଜେ କରାଇ ଆଣିବେ।

ଦୋଳିରେ ବସିଥିବା ରାମକୃଷ୍ଣ ଏବଂ ମଦନମୋହନ ଓହ୍ଲାଇ ଖଟ ଉପରେ ବିଜେ କରିବେ। ଭିତରଛ ମହାପାତ୍ର ନନ୍ଦରାଜା ରୂପରେ ଶ୍ରୀନହରକୁ ଯାଇ ଫେରିଆସି ସ୍ନାନନଣ୍ଡପ ଉପରେ ବସିବେ। ଭରତିଆ ଗୌଡ଼ ପୁତ୍ର ଜନ୍ମ ହେବା ଖବର ନନ୍ଦରାଜାଙ୍କୁ ଦେବେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.