Below header

ଆଜି ଶ୍ରୀମନ୍ଦିରରେ ପାଳିତ ହେବ ନନ୍ଦୋତ୍ସବ, ସନ୍ଧ୍ୟା ଆଳତୀ ପରେ ହେବ ସ୍ୱତନ୍ତ୍ର ନୀତି

ଆଜି ଶ୍ରୀମନ୍ଦିରରେ ପାଳିତ ହେବ ନନ୍ଦୋତ୍ସବ। ଗତକାଲି ମଧ୍ୟରାତ୍ରରେ ପ୍ରଭୁ ଶ୍ରୀକୃଷ୍ଣ ଧରାବତରଣ କରିବା ପରେ ଆଜି ପାଳିତ ହେବ ନନ୍ଦୋତ୍ସବ। ସନ୍ଧ୍ୟାଆଳତୀ ସରିବାପରେ ମହାଜନ ସେବାୟତମାନେ ରାମକୃଷ୍ଣ ଓ ଦକ୍ଷିଣଘରୁ ମଦନମୋହନଙ୍କୁ ଜଗମୋହନ ଦୋଳିରେ ବିଜେ କରାଇବେ ।

ପୁରୀ (କେନ୍ୟୁଜ): ଆଜି ଶ୍ରୀମନ୍ଦିରରେ ପାଳିତ ହେବ ନନ୍ଦୋତ୍ସବ। ଗତକାଲି ମଧ୍ୟରାତ୍ରରେ ପ୍ରଭୁ ଶ୍ରୀକୃଷ୍ଣ ଧରାବତରଣ କରିବା ପରେ ଆଜି ପାଳିତ ହେବ ନନ୍ଦୋତ୍ସବ। ସନ୍ଧ୍ୟାଆଳତୀ ସରିବାପରେ ମହାଜନ ସେବାୟତମାନେ ରାମକୃଷ୍ଣ ଓ ଦକ୍ଷିଣଘରୁ ମଦନମୋହନଙ୍କୁ ଜଗମୋହନ ଦୋଳିରେ ବିଜେ କରାଇବେ । ମଇଲମ ଓ ଅନ୍ୟାନ୍ୟ ନୀତି ସରିବା ପରେ ପ୍ରଭୁ ଶ୍ରୀଜଗନ୍ନାଥ ଓ ଦେବୀ ସୁଭଦ୍ରାଙ୍କ ନିକଟରେ ଷଠି ଓ ମାର୍କଣ୍ଡି ପୂଜା ହେବ।

ମଙ୍ଗଳାର୍ପଣ ଓ ବନ୍ଦାପନା ନୀତି ପରେ ଭଣ୍ଡାରଘରୁ ଦେବୀ ଦୁର୍ଗାଙ୍କୁ ପତିମହାପାତ୍ର ବିଜେ କରାଇ ଆଣି ଦୋଳିରେ ବସିଥିବା ରାମକୃଷ୍ଣ ଏବଂ ମଦନମୋହନଙ୍କୁ ଓହ୍ଲାଇ ଆଣି ଖଟ ଉପରେ ବିଜେ କରାଇବେ । ଭିତରଚ୍ଛ ମହାପାତ୍ର ନନ୍ଦରାଜା ରୂପରେ ଶ୍ରୀନହରକୁ ଯାଇ ଫେରିବା ପରେ ସ୍ନାନମଣ୍ଡପ ଉପରେ ବସିବେ। ଭରତିଆ ଗୌଡ଼ ପୁତ୍ର ଜନ୍ମ ହେବା ଖବର ନନ୍ଦରାଜାଙ୍କୁ ଦେବାର ପରମ୍ପରା ରହିଛି |

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.