ପୁଣି ଓଡ଼ିଶା ଗସ୍ତରେ ପ୍ରଧାନମନ୍ତ୍ରୀ ମୋଦି, ଆସନ୍ତା ୧୫ ତାରିଖରେ ଆସୁଛନ୍ତି ବଲାଙ୍ଗିର

ଆସନ୍ତା ୧୫ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବଲାଙ୍ଗିର ଗସ୍ତ । ଏ ନେଇ ବିଜେପି ତରଫରୁ ଜୋରଦାର ପ୍ରସ୍ତୁତି ଚାଲିଛି । ଦଳାୟ କର୍ମୀମାନେ ଘର ଘର ବୁଲି ଲୋକଙ୍କୁ ନିମନ୍ତ୍ରଣ ପତ୍ର ବାଣ୍ଟୁଛନ୍ତି । ଏହାସହ ଦଳ ତରଫରୁ ଏକ ପ୍ରସ୍ତୁତି ବୈଠକ ମଧ୍ୟ ଅନୁଷ୍ଠିତ ହୋଇ ଯାଇଛି ।

ଏଥିରେ ବିଜେପି ରାଜ୍ୟ ସଭାପତି ବସନ୍ତ ପଣ୍ଡା, ବିଜେପି ବିଧାୟକ ଦଳ ନେତା କନକ ବର୍ଦ୍ଧନ ସିଂଦେଓ, ପଦ୍ମପୁର ବିଧାୟକ ପ୍ରଦୀପ ପରୋହିତଙ୍କ ସମେତ ବହୁ ନେତା ଓ କର୍ମୀ ଉପସ୍ଥିତ ଥିଲେ । ଆଗାମୀ ଦିନରେ ଦଳ ଆହୁରି ମଜମୁତ ହେବ ବୋଲି ବିଜେପି କହିଛି । ଏପଟେ ମୋଦିଙ୍କ ଗସ୍ତର କିଛି ପ୍ରଭାବ ପଡିବ ନାହିଁ ବୋଲି କହିଛି ବିଜେଡି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.