Below header

ପ୍ରଦର୍ଶନୀ ପଡ଼ିଆରେ ଉଦ୍‌ଘାଟିତ ହେଲା ଜାତୀୟ ସ୍ତରୀୟ ହସ୍ତତନ୍ତ ମେଳା

ଭୁବନେଶ୍ୱର : ଆମ ଦେଶର ସମସ୍ତ ବୟନ କଳାକୁ ଗୋଟିଏ ସ୍ଥାନରେ ପ୍ରଦର୍ଶିତ କରାଇବା ଏବଂ ଏହାର ବ୍ୟାବସାୟିକ ଆଭିମୁଖ୍ୟକୁ ତ୍ୱରାନ୍ୱିତ କରି ଏଥିରେ ସଂପୃକ୍ତ ବୁଣାକାରମାନଙ୍କ ଉନ୍ନତି ନିମନ୍ତେ ରାଜ୍ୟ ସରକାର ଏବଂ ବୟନିକା ଦ୍ୱାରା ଆରମ୍ଭ ହୋଇଛି ବିଂଶତମ ଜାତୀୟ ସ୍ତରୀୟ ହସ୍ତତନ୍ତ ମେଳା । ଭୁବନେଶ୍ୱର ୟୁନିଟ୍-୩ ଇଡ୍‌କୋ ପ୍ରଦର୍ଶନୀ ପଡ଼ିଆ ଠାରେ ଏହି ‘ଜାତୀୟ ସ୍ତରୀୟ ହସ୍ତତନ୍ତ ମେଳା’ ଫେବୃଆରୀ ୧୭ ତାରିଖ ପର୍ଯ୍ୟନ୍ତ ଚାଲିବ ।
ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ ଆଜି ସନ୍ଧ୍ୟାରେ ଏହି ମେଳାକୁ ଉଦଘାଟନ କରିଛନ୍ତି । ଉଦ୍ଘାଟନୀ ଉତ୍ସବରେ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା, ସାଧାରଣ ଉଦ୍ୟୋଗ, ସମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ବିଧାୟକ ଅନନ୍ତ ନାରାୟଣ ଜେନା, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ କମିଶନର ତଥା ଶାସନ ସଚିବ ଶୁଭା ଶର୍ମା,ବୟନଶିଳ୍ପ ନିର୍ଦ୍ଦେଶକ ତଥା ବୟନିକାର ପରିଚାଳନା ନିର୍ଦ୍ଦେଶକ ଜ୍ୟୋତି ପ୍ରକାଶ ଦାସ ପ୍ରମୁଖ ଉପସ୍ଥିତ ଥିଲେ ।

HASTATANTA-2

ମେଳାରେ ୧୩୪ଟି ଷ୍ଟଲ ଖୋଲା ଯାଇଛି । ଏଥି ମଧ୍ୟରୁ ୮୪ଟି ଷ୍ଟଲ ଓଡ଼ିଶାର ବିଭିନ୍ନ ହସ୍ତତନ୍ତ ସଂସ୍ଥା ଓ ସମିତିମାନଙ୍କ ପାଇଁ ରହିଛି । ବାକି ୫୦ଟି ଷ୍ଟଲ ଅନ୍ୟ ରାଜ୍ୟର ଅଂଶଗ୍ରହଣକାରୀ ସଂସ୍ଥାଙ୍କୁ ଦିଆଯାଇଛି । ଏହି ମେଳାରେ ଉତ୍ତର ପ୍ରଦେଶ, ଜମ୍ମୁ କଶ୍ମୀର, ରାଜସ୍ଥାନ, ମଧ୍ୟପ୍ରଦେଶ, ମହାରାଷ୍ଟ୍ର, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ଆନ୍ଧ୍ରପ୍ରଦେଶ, ପଣ୍ଡିଚେରୀ, ତାମିଲନାଡ଼ୁ, କର୍ଣ୍ଣାଟକ, ଉତ୍ତରାଖଣ୍ଡ, ହରିୟାନା ଏବଂ ଓଡ଼ିଶାର ପ୍ରାୟ ୮୪ ଟି ସଂସ୍ଥା ଅଂଶଗ୍ରହଣ କରି ଛନ୍ତି ।

ଏହି ମେଳା ଦିନ ୧୧.୩୦ରୁ ରାତି ୯.୩୦ ପର୍ଯ୍ୟନ୍ତ ଚାଲିବ । ପ୍ରତ୍ୟେକ ବସ୍ତ୍ର ଉପରେ ସ୍ୱତନ୍ତ୍ର ରିହାତିର ବ୍ୟବସ୍ଥା କରାଯାଇଛି । ତେବେ କୋଭିଡ୍ ଗାଇଡ୍ଲାଇନ୍ କଡ଼ାକଡ଼ି ପାଳନ କରିବା ପାଇଁ ସମସ୍ତ ପଦକ୍ଷେପ ନିଆଯାଇଛି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.