ରାଜ୍ୟ

ନବରାତ୍ର ପାଇଁ ଚଳଚଞ୍ଚଳ ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମାଆ ବିରଜାଙ୍କ ପୀଠ, ଅପରାହ୍ନରେ ହେବ ରଥ ପ୍ରତିଷ୍ଠା

ଯାଜପୁର ଟାଉନ (କେନ୍ୟୁଜ୍): ଆଜିଠୁ ମାଆଙ୍କ ନବରାତ୍ର ପୂଜା। ଚଳଚଞ୍ଚଳ ରାଜ୍ୟର ବିଭିନ୍ନ ମାଆଙ୍କ ପୀଠ। ନବରାତ୍ର ପାଇଁ ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମାଆ ବିରଜାଙ୍କ ପୀଠ ଚଳଚଞ୍ଚଳ ହୋଇଉଠିଛି। ମାଆଙ୍କ ଦୁର୍ଗୋତ୍ସବର ସ୍ୱତନ୍ତ୍ରତା ହେଉଛି ରଥଯାତ୍ରା ପରମ୍ପରା । ଆଜିଠାରୁ ମାଆଙ୍କ ନବ ଦିନାତ୍ମକ ରଥଯାତ୍ରା ଆରମ୍ଭ ହେବାର ପରମ୍ପରା ରହିଛି । ଅପରାହ୍ନରେ ରଥ ପ୍ରତିଷ୍ଠା ହେବା ପରେ ମାଙ୍କ ଚଳନ୍ତି ପ୍ରତିମା ରଥ ଉପରକୁ ବିଜେ କରି ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଇଥାନ୍ତି । ଏଭଳି ବିରଳ ପରମ୍ପରା ଅନ୍ୟ କୌଣସି ଠାରେ ଦେଖିବାକୁ ମିଳେ ନାହିଁ ।

ସେହିପରି ମାଙ୍କ ଷୋଡଶ ଉପଚାରରେ ପୂଜା ଜାରି ରହିଥିବା ବେଳେ ଏହି ନବରାତ୍ର ଅବସର ରେ ମାଙ୍କ ଗର୍ଭ ଗୃହକୁ ଯାଇ ଶ୍ରଦ୍ଧାଳୁଙ୍କୁ ପାଦ ଦର୍ଶନ ଓ ମୁଖ ଦର୍ଶନର ସୁଯୋଗ ମିଳିଥାଏ । ସେପଟେ ଦୈନିକ ଶାସନ ବ୍ରାହ୍ମଣ ମାନେ ପବିତ୍ର ବୈତରଣୀରୁ ଜଳ ଆଣି ମାଙ୍କୁ ସ୍ନାନ କରିଥାନ୍ତି। ମାଙ୍କ ଶୃଙ୍ଖଳିତ ଦର୍ଶନ, ନୀତିକାନ୍ତି ଏବଂ ରଥଯାତ୍ରାକୁ ଶୃଙ୍ଖଳିତ ଭାବେ ଶେଷ କରିବା ପାଇଁ ମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି ।

Sasmita

Recent Posts

ନିର୍ବାଚନ ପରେ ସ୍ଥିତି ଜାହିର କଲେ ମାଓବାଦୀ, ଛକରେ ଲଗାଇଲେ ମାଓ ପୋଷ୍ଟର

କୋରାପୁଟ (କେନ୍ୟୁଜ); କୋରାପୁଟ ଜିଲ୍ଲା ବନ୍ଧୁଗାଁରେ ମାଓ ପୋଷ୍ଟର । ନିର୍ବାଚନ ପରେ ନିଜର ସ୍ଥିତି ଜାହିର ପାଇଁ ଲଗାଇଲେ…

21 mins ago

ସମ୍ବଲପୁର ମହାନଗର ଅଞ୍ଚଳରେ ପୁଣି ଫେରିଛି ଜଣ୍ଡିସ୍, ୫୯ ଜଣ ରୋଗୀ ଚିହ୍ନଟ

ସମ୍ବଲପୁର(କେନ୍ୟୁଜ): ଏକ ଦଶନ୍ଧି ପରେ ସମ୍ବଲପୁର ମହାନଗର ଅଞ୍ଚଳରେ ପୁଣି ଫେରିଛି ଜଣ୍ଡିସ୍ । ଏହାକୁ ନେଇ ମହାନଗରବାସୀ ଚିନ୍ତାରେ…

25 mins ago

ଯୋଗ ଦିବସରେ କାଶ୍ମୀର ମହିଳାଙ୍କ ସହିତ ସେଲଫି ନେଲେ ମୋଦି, ଫଟୋ ଭାଇରଲ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅର୍ନ୍ତରାଷ୍ଟ୍ରୀୟ ଯୋଗ ଦିବସରେ ଜମ୍ମୁ କାଶ୍ମୀର ଶ୍ରୀନଗର ସ୍ଥିତ ଶେର-ଏ-କଶ୍ମୀର ଅର୍ନ୍ତରାଷ୍ଟ୍ରୀୟ ସମ୍ମେଳନ କେନ୍ଦ୍ର (SKICC)…

29 mins ago

ପାରିବାରିକ କଳହକୁ ନେଇ ହତ୍ୟାକାଣ୍ଡ, ପଥରରେ ଛେଚି ଯୁବକଙ୍କୁ ହତ୍ୟା

କଣ୍ଟାବାଞ୍ଜି (କେନ୍ୟୁଜ); ପାରିବାରିକ କଳହକୁ ନେଇ ହତ୍ୟାକାଣ୍ଡ। ସିନ୍ଧେକେଲା ଥାନା ସାଲେବରଟ ଗାଁରେ ଏହି ହତ୍ୟାକାଣ୍ଡ ଘଟିଛି । ମୃତ…

41 mins ago

ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ, ଘର ମାଲିକଙ୍କୁ ହତ୍ୟା କଲା ଭଡ଼ାଟିଆ

ଭୁବନେଶ୍ୱର (କେନ୍ୟୁଜ) : ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ  ।  ଘର ମାଲିକଙ୍କୁ ହତ୍ୟା କଲା ଭଡ଼ାଟିଆ ।  ଭୁବନେଶ୍ବର ତମାଣ୍ଡୋରେ…

58 mins ago

କିଟ୍ ରେ ଯୋଗ ଦିବସ ପାଳିତ, ମାନସିକ ଓ ଶାରୀରିକ ସୁସ୍ଥତା ପାଇଁ ଯୋଗ ଗୁରୁତ୍ୱପୂର୍ଣ୍ଣ ବୋଲି କହିଲେ ଡକ୍ଟର ସାମନ୍ତ

ଭୁବନେଶ୍ୱର (କେନ୍ୟୁଜ): ଆଜି କିଟ୍ ପକ୍ଷରୁ ପାଳିତ ହୋଇଛି ଅନ୍ତର୍ଜାତୀୟ ଯୋଗ ଦିବସ । କିଟ୍ ଇଣ୍ଡୋର ଷ୍ଟାଡିୟମରେ କିଟ୍…

2 hours ago