ବିଜେଡିକୁ ସମର୍ଥନ ପାଇଁ ସମସ୍ତ ଦଳୀୟ ପ୍ରାର୍ଥୀଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର (କେନ୍ୟୁଜ): ନବୀନ ଦେଲେ ଆନ୍ତରିକ ଧନ୍ୟବାଦ । ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଫଳାଫଳକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଟୁଇଟ୍ । ବିଜୟୀ ସମସ୍ତ ଦଳୀୟ ପ୍ରାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଅତୁଟ ବିଶ୍ୱାସ ରଖି ବିଜେଡିକୁ ବିପୁଳ ସମର୍ଥନ ଦେଇଥିବାରୁ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଜନମତ ଆମ ସଂକଳ୍ପକୁ ଆହୁରି ଦୃଢ଼ କରିଛି ବୋଲି କହିଛନ୍ତି ନବୀନ। ବିଜେଡିକୁ ଆନ୍ଦୋଳନରେ ପରିଣତ କରିଥିବା ସମସ୍ତ କର୍ମୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।
ଅକୁଣ୍ଠ ଭଲ ପାଇବା ଦେଇ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ୨୦୨୨ ରେ ବିଜୁ ଜନତା ଦଳକୁ ବିଜୟୀ କରିଥିବାରୁ ସମସ୍ତଙ୍କୁ ମୋର ଆନ୍ତରିକ ଧନ୍ୟବାଦ। ଏହି ଜନମତ ସେବା ପାଇଁ ଆମ ସଂକଳ୍ପକୁ ଆହୁରି ଦୃଢ଼ କରିଛି। ବିଜୟୀ ଦଳୀୟ ପ୍ରାର୍ଥୀ ଓ ଉତ୍ସର୍ଗୀକୃତ କାର୍ଯ୍ୟ ଜରିଆରେ ବିଜେଡିକୁ ଆନ୍ଦୋଳନରେ ପରିଣତ କରିଥିବା ସମସ୍ତ କର୍ମୀଙ୍କୁ ମୋର ଶୁଭେଚ୍ଛା। pic.twitter.com/HeGS9I7Er5
— Naveen Patnaik (@Naveen_Odisha) March 1, 2022