ସଂସଦ ଓ ବିଧାନସଭାରେ ମହିଳାଙ୍କ ପାଇଁ ୩୩% ସ୍ଥାନ ସଂରକ୍ଷଣ ନେଇ ମୋଦିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଚିଠି

ଭୁବନେଶ୍ବର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଚିଠି । ସଂସଦ ଓ ବିଧାନସଭାରେ ମହିଳାଙ୍କ ପାଇଁ ୩୩% ସ୍ଥାନ ସଂରକ୍ଷଣ ନେଇ ନବୀନ ଏହି ଚିଠି ଲେଖିଛନ୍ତି । ସଂସଦରେ ମହିଳା ସଂରକ୍ଷଣ ବିଲ୍ ପାସ୍ ପାଇଁ ପଦକ୍ଷେପ ନେବାକୁ ଚିଠିରେ ଉଲ୍ଲେଖ କରିଛନ୍ତି । ବିଧାନସଭାର ଶୀତ ଅଧିବେଶନରେ ଏ ସଂକ୍ରାନ୍ତ ପ୍ରସ୍ତାବ ସର୍ବସମ୍ମତିକ୍ରମେ ଗୃହୀତ ହୋଇଛି ।