ବୁଣାକାରଙ୍କ ପାଇଁ ସ୍ୱତନ୍ତ୍ର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ୩ ହଜାର ପରିବାରକୁ ଦିଆଯିବ ହାଉସ୍-କମ୍-ଓ୍ବାର୍କ ସେଡ୍

ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟର ବୁଣାକାରଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ୱତନ୍ତ୍ର ପ୍ୟାକେଜ ଘୋଷଣା କରିଛନ୍ତି । ଏହି ପ୍ୟାକେଜରେ concrete ହୋଇନଥିବା ୧୫ହଜାର loom pitକୁ ପର୍ଯ୍ୟାୟକ୍ରମେ ଆଗାମୀ ତିନି ବର୍ଷରେ କଂକ୍ରିଟ କରାଯିବ। ପ୍ରତି loom pit କଂକ୍ରିଟ ପାଇଁ ୭ ହଜାର ଟଙ୍କା ଲେଖାଏ ଖର୍ଚ୍ଚ କରାଯିବ । ଏଯାଏ ରାଜ୍ୟର ୩୧ ହଜାର ୩୪୨ଟି loom pit ମଧ୍ୟରୁ ଏଯାଏ ୧୫ହଜାର ୭୧ଟି loom pitକୁ କଂକ୍ରିଟ କରାଯାଇଛି । ସେହିପରି ୩ହଜାର ବୁଣାକାର ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ପ୍ୟାକେଜରେ ପ୍ରାଥମିକତା ଭିତ୍ତିରେ House-cum-Work shed ଯୋଗାଇ ଦିଆଯିବ । ଏଯାଏ ୧୧ ହଜାର ୬୯୫ଟି House-cum-Work shed ବୁଣାକାର ପରିବାରକୁ ଯୋଗାଇ ଦିଆଯାଇଛି ।

ଏହା ସହିତ ବୁଣାକାରଙ୍କ ଆଖି ଉପରେ ଯେପରି ବିଶେଷ ଚାପ ନ ପଡିବ ଏବଂ ସେମାନେ ଦୀର୍ଘ ସମୟ କାମ କରିପାରିବେ, ସେଥିପାଇଁ ସେମାନଙ୍କୁ ଏହି ଯୋଜନାରେ ବିଜୁଳି ଆଲୁଅ ଓ ପଙ୍ଖା ଯୋଗାଇ ଦିଆଯିବ । ସେହିପରି ସମସ୍ତ ଯୋଗ୍ୟ ବୁଣାକାର ପରିବାରକୁ ଅଗ୍ରାଧିକାର ଭିତ୍ତିରେ ବାସଗୃହ ଯୋଗାଇ ଦେବା ପାଇଁ ନିଷ୍ପତ୍ତି କରାଯାଇଛି । ପଞ୍ଚାୟତିରାଜ ବିଭାଗର ଗାଇଡ଼ଲାଇନ ଅନୁସାରେ ହିତାଧିକାରୀ ଚୟନ କରାଯିବ । ଏହି ପ୍ୟାକେଜରେ ବୁଣାକାରମାନେ ଯେପରି ସୁବିଧାରେ ଋଣ ପାଇ ପାରିବେ ତା ଉପରେ ଗୁରୁତ୍ୱ ଦିଆଯାଇଛି । ବୁଣାକାରଙ୍କୁ ପଚାଶ ହଜାର ଟଙ୍କା ଯାଏ ବିନା ସୁଧରେ ଋଣ ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ବୁଣାକାରଙ୍କର ଉତ୍ପାଦିତ ସାମଗ୍ରୀ ରଖିବା ପାଇଁ ବିଭିନ୍ନ ଗୋଷ୍ଠୀ ଭିତ୍ତିଭୂମି ଯଥା- CFC, ଗୋଦାମ ଓ ବିକ୍ରୟ କେନ୍ଦ୍ର ଆଦି ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଜରିଆରେ କରାଯିବ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.