ରାଜ୍ୟ

ନିର୍ବାଚନ ଫଳାଫଳ ଆସିବା ପରେ ନବୀନଙ୍କ ପ୍ରତିକ୍ରିୟା, ଦଳ ମତ ନିର୍ବିଶେଷରେ ଜଣାଇଲେ ଶୁଭେଚ୍ଛା

ଭୁବନେଶ୍ୱର (କେନ୍ୟୁଜ): ନିର୍ବାଚନ ଫଳାଫଳ ଆସିବା ପରେ ଦଳମତ ନିର୍ବିଶେଷରେ ସମସ୍ତ ବିଜୟୀ ପ୍ରାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।  ବିଜେଡିର ସମସ୍ତ କର୍ମୀ ଓ ନେତାଙ୍କ ନିଷ୍ଠାପର ଉଦ୍ୟମ ଓ ତ୍ୟାଗ ପ୍ରତି ସମ୍ମାନ ଓ ଧନ୍ୟବାଦ ଜଣାଇଛନ୍ତି। ଆଜି ରାଜ୍ୟପାଳଙ୍କୁ ଭେଟି ଇସ୍ତଫା ପତ୍ର ଦେବେ ମୁଖ୍ୟମନ୍ତ୍ରୀ ।  ନୂଆ ସକାର ଗଠନ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ଦାୟିତ୍ବ ତୁଲାଇବାକୁ ନବୀନଙ୍କୁ କହି ପାରନ୍ତି ରାଜ୍ୟପାଳ।

ତେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତ ୨୪ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ନିର୍ବାଚନରେ ପରାଜିତ ହୋଇଛନ୍ତି । କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀରୁ ସେ ହାରି ଯାଇଛନ୍ତି। ଭାଜପା ପ୍ରାର୍ଥୀ ଲକ୍ଷ୍ମଣ ବାଗଙ୍କ ତାଙ୍କୁ ପରାସ୍ତ କରିଛନ୍ତି। ଚଳିତ ନିର୍ବାଚନରେ ମୁଖ୍ୟମନ୍ତ୍ରୀ ହିଞ୍ଜିଳି ସମେତ କଣ୍ଟାବାଞ୍ଜିରୁ ପ୍ରାର୍ଥୀ ହୋଇଥିଲେ। ଉଭୟ ଆସନରେ ବିଜୟୀ ହେବେ ବୋଲି ଆଶା କରାଯାଉଥିଲା । ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀ ନିଜର ପାରମ୍ପରିକ ସିଟ୍‌ ହିଞ୍ଜିଳିରୁ ୪୬୪୯ ଖଣ୍ଡ ଭୋଟରେ ଜିତିଛନ୍ତି। ସେ ଭାଜପାର ଶିଶିର କୁମାର ମିଶ୍ରଙ୍କୁ ପରାସ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀ ୬୬,୩୫୮ ଖଣ୍ଡ ଭୋଟ୍‌ ପାଇଥିବା ବେଳେ ଶିଶିର କୁମାର ମିଶ୍ର ୬୧,୭୦୯ ଖଣ୍ଡ ଭୋଟ୍‌ ପାଇଛନ୍ତି।

 

Barsha

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

7 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

9 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

9 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

9 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

10 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

10 hours ago