Below header

ହକି ବିଶ୍ୱକପ୍‌ରେ ଯୋଗଦେବାକୁ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର (କେନ୍ୟୁଜ): ହକି ବିଶ୍ୱକପ୍‌ ପାଇଁ ସବୁ ମୁଖ୍ୟମନ୍ତ୍ରୀମାନଙ୍କୁ ନିମନ୍ତ୍ରଣ । ବିଶ୍ୱକପ୍‌ରେ ଯୋଗଦେବାକୁ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପୁରୁଷ ହକି ବିଶ୍ୱକପ୍‌-୨୦୨୩ ଓଡ଼ିଶାରେ ଆୟୋଜନ ହେଉଛି । ଆଜି ଭୋପାଳରେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ୍‌ ସିଂ ଚୌହ୍ଵାନଙ୍କୁ ଭେଟି ନିମନ୍ତ୍ରଣ ପତ୍ର ଦେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ । ଭାରତୀୟ ହକି ଟିମ୍‌ର ଟି-ସାର୍ଟ ଏବଂ ଅଶୋକ ଚକ୍ର ପ୍ରଦାନ କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ନିମନ୍ତ୍ରଣ ପାଇଁ ଧନ୍ୟବାଦ ଜଣାଇଛନ୍ତି ଶିବରାଜ୍‌ ସିଂ ଚୌହ୍ଵାନ।

ଜାନୁଆରୀ ୧୩ରୁ ଆରମ୍ଭ ହେବାକୁ ଥିବା ହକି ବିଶ୍ୱକପ୍‌ ୨୯ ତାରିଖ ଯାଏ ଚାଲିବ । ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମ୍‌ ଓ ରାଉରକେଲାର ବିର୍ସାମୁଣ୍ଡା ଷ୍ଟାଡିୟମରେ ଖେଳାଯିବ ମ୍ୟାଚ୍‌ ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.