ନବୀନଙ୍କ ଶପଥ ଗ୍ରହଣକୁ ନେଇ ପ୍ରସ୍ତୁତି ଜୋରଦାର, ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ବହୁ ଶିଳ୍ପପତିଙ୍କୁ ନିମନ୍ତ୍ରଣ

ଭୁବନେଶ୍ୱର : ଆସନ୍ତା ୨୯ ତାରିଖରେ ପଞ୍ଚମ ଥର ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ନବୀନ ପଟ୍ଟନାୟକ। ଏଥିପାଇଁ ଭୁବନେଶ୍ୱର ଇଡକୋ ପ୍ରଦର୍ଶନୀ ପଡ଼ିଆରେ ଶପଥ ଗ୍ରହଣ ଉତ୍ସବ ଆୟୋଜନ ଜୋରସୋରରେ ଚାଲିଛି । ଶପଥ ସମାରୋହରେ ଯୋଗ ଦେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନିମନ୍ତ୍ରଣ କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ମେକ୍‌ ଇନ୍‌ ଓଡ଼ିଶା କନକ୍ଲେଭର ଶିଳ୍ପପତି, ବିଭିନ୍ନ ଦଳର ବରିଷ୍ଠ ନେତା, ଧର୍ମେନ୍ଦ୍ର ପ୍ରଧାନଙ୍କୁ ବି ଆମନ୍ତ୍ରଣ କରାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.