Below header

ତିତ୍‌ଲି ମୁକାବିଲା ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ଯମନ୍ତ୍ରୀ

ଭୁବନେଶ୍ବର (କେନ୍ଯୁଜ୍) : ବାତ୍ୟା ତିତ୍‌ଲି ମୁକାବିଲା ପ୍ରସ୍ତୁତି ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାପରେ ମୁଖ୍ୟମନ୍ତ୍ରୀ ପ୍ରତିକ୍ରିୟାରେ କହିଛନ୍ତି, ପ୍ରାୟ ୩ ଲକ୍ଷ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି । ଭୋରରେ ସ୍ଥଳଭାଗ ଛୁଇଁବ ତିତ୍‌ଲି । ଏଥିପାଇଁ ପରିସ୍ଥିତି ଉପରେ ନଜର ରଖାଯାଇଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

ବାତ୍ୟା ତିତଲି ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ଅଛନ୍ତି । ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଇଛି । ସବୁ ବିଭାଗକୁ ଆଲର୍ଟ ରଖାଯାଇଛି । ସେହିପରି କେନ୍ଦ୍ର କ୍ୟାବିନେଟ ସଚିବଙ୍କ ସହ କଥା ହୋଇଛନ୍ତି ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢ଼ୀ । ଭୟଙ୍କର ତିତ୍‌ଲିକୁ ମୁକାବିଲା କରିବାକୁ ବଡ଼ ଧରଣର ପ୍ରସ୍ତୁତି ଚାଲିଛି। ଜିରୋ କାଜୁଆଲିଟିକୁ ଗୁରୁତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ବାତ୍ୟା ଓ ବର୍ଷାକୁ ଦୃଷ୍ଟିରେ ରଖି ଦୁଇ ଦିନ ସମସ୍ତ ସ୍କୁଲ କଲେଜ ବନ୍ଦ ରହିବ। ଏହାସହ ବାତ୍ୟା ପରେ, ରେଷ୍ଟୋରେସନ କାମ ଶୀଘ୍ର କରିବାକୁ ସବୁ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.