ନବୀନଙ୍କ ନୂଆ ଟିମ୍: ଲୋକସେବା ଭବନ କନଭେନସନ୍ ହଲରେ ଶପଥ ନେଲେ ୨୧ ମନ୍ତ୍ରୀ
ଭୁବନେଶ୍ବର(କେନ୍ୟୁଜ୍): ନବୀନଙ୍କ ନୂଆ ଟିମ୍। ଶପଥ ନେଲେ ୨୧ ମନ୍ତ୍ରୀ। ଲୋକସେବା ଭବନ କନଭେନସନ୍ ହଲରେ ନୂଆ ମନ୍ତ୍ରୀମାନେ ଶପଥ ନେଇଛନ୍ତି । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ସମସ୍ତଙ୍କୁ ପଦ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ବରିଷ୍ଠ, ଅଭିଜ୍ଞ, ଯୁବ ଓ ମହିଳାଙ୍କୁ ନୂଆ ଟିମରେ ଗୁରୁତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।
ନୂଆ ମନ୍ତ୍ରିମଣ୍ଡଳରେ ୧୩ ଜଣଙ୍କୁ କ୍ୟାବିନେଟ୍ ମନ୍ତ୍ରୀ ଓ ୮ ଜଣଙ୍କୁ ରାଷ୍ଟ୍ରମନ୍ତ୍ରୀ ପାହ୍ୟା ମିଳିଛି । କ୍ୟାବିନେଟ୍ ପାହ୍ୟା ପାଇଛନ୍ତି ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ନିରଞ୍ଜନ ପୂଜାରୀ, ପ୍ରମିଳା ମଲ୍ଲିକ, ଉଷା ଦେବୀ, ପ୍ରଫୁଲ୍ଲ ମଲ୍ଲିକ, ପ୍ରତାପ କେଶରୀ ଦେବ, ଅତନୁ ସବ୍ୟସାଚୀ ନାୟକ, ପ୍ରଦୀପ କୁମାର ଅମାତ, ନବକିଶୋର ଦାସ, ଅଶୋକ ଚନ୍ଦ୍ର ପଣ୍ଡା, ଟୁକୁନି ସାହୁ , ଜଗନ୍ନାଥ ସାର୍କା ଓ ରାଜେନ୍ଦ୍ର ଢ଼ୋଲକିଆ ।
ସେହିଭଳି ସମୀର ରଞ୍ଜନ ଦାଶ, ଅଶ୍ୱିନୀ କୁମାର ପାତ୍ର, ପ୍ରୀତିରଞ୍ଜନ ଘଡ଼ାଇ, ଶ୍ରୀକାନ୍ତ ସାହୁ, ତୁଷାରକାନ୍ତି ବେହେରା, ରୋହିତ ପୂଜାରୀ, ରୀତା ସାହୁ ଓ ବାସନ୍ତୀ ହେମ୍ର୍ରମଙ୍କୁ ରାଷ୍ଟ୍ରପାହ୍ୟା ପ୍ରଦାନ କରାଯାଇଛି। ଶପଥ ଗ୍ରହଣ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପସ୍ଥିତ ଥିଲେ। ଉତ୍ସବରେ ବହୁ ବରିଷ୍ଠ ଅଧିକାରୀଙ୍କ ସହ ବିଧାୟକମାନେ ଉପସ୍ଥିତ ଥିଲେ।