ରାଜ୍ୟ

ନବୀନଙ୍କ ନୂଆ ଟିମ୍‌: ଲୋକସେବା ଭବନ କନଭେନସନ୍‌ ହଲରେ ଶପଥ ନେଲେ ୨୧ ମନ୍ତ୍ରୀ

ଭୁବନେଶ୍ବର(କେନ୍ୟୁଜ୍‌): ନବୀନଙ୍କ ନୂଆ ଟିମ୍‌। ଶପଥ ନେଲେ ୨୧ ମନ୍ତ୍ରୀ। ଲୋକସେବା ଭବନ କନଭେନସନ୍‌ ହଲରେ ନୂଆ ମନ୍ତ୍ରୀମାନେ ଶପଥ ନେଇଛନ୍ତି । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ସମସ୍ତଙ୍କୁ ପଦ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ବରିଷ୍ଠ, ଅଭିଜ୍ଞ, ଯୁବ ଓ ମହିଳାଙ୍କୁ ନୂଆ ଟିମରେ ଗୁରୁତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ନୂଆ ମନ୍ତ୍ରିମଣ୍ଡଳରେ ୧୩ ଜଣଙ୍କୁ କ୍ୟାବିନେଟ୍‌ ମନ୍ତ୍ରୀ ଓ ୮ ଜଣଙ୍କୁ ରାଷ୍ଟ୍ରମନ୍ତ୍ରୀ ପାହ୍ୟା ମିଳିଛି । କ୍ୟାବିନେଟ୍‌ ପାହ୍ୟା ପାଇଛନ୍ତି ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ନିରଞ୍ଜନ ପୂଜାରୀ, ପ୍ରମିଳା ମଲ୍ଲିକ, ଉଷା ଦେବୀ, ପ୍ରଫୁଲ୍ଲ ମଲ୍ଲିକ, ପ୍ରତାପ କେଶରୀ ଦେବ, ଅତନୁ ସବ୍ୟସାଚୀ ନାୟକ, ପ୍ରଦୀପ କୁମାର ଅମାତ, ନବକିଶୋର ଦାସ, ଅଶୋକ ଚନ୍ଦ୍ର ପଣ୍ଡା, ଟୁକୁନି ସାହୁ , ଜଗନ୍ନାଥ ସାର୍‌କା ଓ ରାଜେନ୍ଦ୍ର ଢ଼ୋଲକିଆ ।

ସେହିଭଳି ସମୀର ରଞ୍ଜନ ଦାଶ, ଅଶ୍ୱିନୀ କୁମାର ପାତ୍ର, ପ୍ରୀତିରଞ୍ଜନ ଘଡ଼ାଇ, ଶ୍ରୀକାନ୍ତ ସାହୁ, ତୁଷାରକାନ୍ତି ବେହେରା, ରୋହିତ ପୂଜାରୀ, ରୀତା ସାହୁ ଓ ବାସନ୍ତୀ ହେମ୍ର୍ରମଙ୍କୁ ରାଷ୍ଟ୍ରପାହ୍ୟା ପ୍ରଦାନ କରାଯାଇଛି। ଶପଥ ଗ୍ରହଣ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପସ୍ଥିତ ଥିଲେ। ଉତ୍ସବରେ ବହୁ ବରିଷ୍ଠ ଅଧିକାରୀଙ୍କ ସହ ବିଧାୟକମାନେ ଉପସ୍ଥିତ ଥିଲେ।

 

 

 

 

Sonalisa

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

8 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

9 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

9 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

10 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

10 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

10 hours ago