ରାଜ୍ୟ

ଇସ୍ତଫା ଦେଲେ ନବୀନ ପଟ୍ଟନାୟକ, ମୁଖ୍ୟମନ୍ତ୍ରୀ ପଦରୁ ନେଲେ ବିଦାୟ

ଭୁବନେଶ୍ୱର (କେନ୍ୟୁଜ): ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନବୀନ ପଟ୍ଟନାୟକ । ରାଜଭବନରେ ପହଞ୍ଚି ନିଜର ଇସ୍ତଫାପତ୍ର ରାଜ୍ୟପାଳକୁ ଦେଇଛନ୍ତି ନବୀନ ପଟ୍ଟନାୟକ । ନବୀନ ନିବାସରୁ ପୂର୍ବାହ୍ନ ୧୧ଟା ୩୦ରେ ବାହାରି ରାଜଭବନରେ ପହଞ୍ଚି ଇସ୍ତଫା ଦେଇଛନ୍ତି । ୨୦୦୦ ମସିହା ମାର୍ଚ୍ଚ ୫ ତାରିଖରେ ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିଲେ ନବୀନ ପଟ୍ଟନାୟକ। ଠିକ ୨୪ ବର୍ଷ ୩ ମାସରେ ପରେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି । ୨୦୦୦ ମସିହାରୁ ଲଗାତାର ମୁଖ୍ୟମନ୍ତ୍ରୀ ହୋଇ ଆସୁଥିଲେ ନବୀନ । ତେବେ ୨୦୨୪ ମସିହାରେ ଏଥିରେ ପୂର୍ଣ୍ଣଚ୍ଛେଦ ପଡିଛି ।

ଓଡ଼ିଶା ଇତିହାସରେ ନବୀନ ପଟ୍ଟନାୟକ ରାଜ୍ୟର ସବୁଠାରୁ ଲୋକପ୍ରିୟ ତଥା ଦୀର୍ଘ ସମୟ କ୍ଷମତାରେ ରହିଥିବା ମୁଖ୍ୟମନ୍ତ୍ରୀ ।  ବିଜେଡି ପରାଜିତ ହୋଇଥିଲେ ବି ଓଡ଼ିଶାବାସୀଙ୍କ ହୃଦୟରେ ଅଛନ୍ତି ନବୀନ। ଶାସନ ଅବଧିକୁ ନେଇ ରାଜ୍ୟ ଏବଂ ଦେଶରେ ଅନେକ ରେକର୍ଡ ଭାଙ୍ଗିଛନ୍ତି ନବୀନ। ରାଜ୍ୟରେ ସବୁଠୁ ଅଧିକ ଦିନ ଶାସନ କ୍ଷମତାରେ ରହି ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ରେକର୍ଡ ଭାଙ୍ଗିଛନ୍ତି। ଦେଶରେ ମଧ୍ୟ ବହୁ ରେକର୍ଡ ଭାଙ୍ଗିଛନ୍ତି ନବୀନ। ଜ୍ୟୋତି ବସୁଙ୍କ ଭଳି ଲମ୍ବା ଅବଧି ଧରି ମୁଖ୍ୟମନ୍ତ୍ରୀ ପଦରେ ଥିବା ଅନେକ ନେତାଙ୍କ ରେକର୍ଡ ଭାଙ୍ଗିଛନ୍ତି। ଷଷ୍ଠ ଥର ମୁଖ୍ୟମନ୍ତ୍ରୀ ହୋଇଥିଲେ ସବୁଠୁ ଲମ୍ବା ଅବଧିର ମୁଖ୍ୟମନ୍ତ୍ରୀ ଭାବେ ନୂଆ କୀର୍ତ୍ତିମାନ ସ୍ଥାପନ କରିଥାନ୍ତେ।

 

 

Barsha

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

5 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

6 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

6 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

7 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

8 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

8 hours ago