ଭରତପୁର ଥାନା ନିର୍ଯ୍ୟାତନା ଘଟଣା, ଦୃଢ଼ ନିନ୍ଦା କଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର : ଭରତପୁର ଥାନାରେ ଯେପରି ଭାବରେ ଜଣେ ମିଲିଟାରୀ ଅଧିକାରୀ ଓ ଜଣେ ମହିଳାଙ୍କୁ ନିର୍ଯ୍ୟାତନା ଦିଆଗଲା ତାକୁ ବିରୋଧୀଦଳ ନେତା ଶ୍ରୀ ନବୀନ ପଟ୍ଟନାୟକ ଦୃଢ଼ ନିନ୍ଦା କରିବା ସହ ଏ ଘଟଣାକୁ ଲୋମହର୍ଷଣ କାରି ଓ କଳ୍ପନାତୀତ ବୋଲି ବର୍ଣ୍ଣନା କରିଛନ୍ତି । ଥାନା ଭିତରେ ପୋଲିସ ଯେଭଳି ନିର୍ଦୟ ବ୍ୟବହାର କରିଥିବା ଅଭିଯୋଗ ହୋଇଛି ତାହା ସାରା ଦେଶର ବିବେକକୁ ଦୋହଲାଇ ଦେଇଛି ।

ଓଡିଶା ଭିତରେ ଜଣେ ମିଲିଟାରୀ ଅଧିକାରୀ ଓ ଜଣେ ମହିଳାଙ୍କ ପ୍ରତି ଏଭଳି ଅତ୍ୟାଚାର ଅତ୍ୟନ୍ତ ଦୁଃଖ ଦାୟକ ବୋଲି ଶ୍ରୀ ପଟ୍ଟନାୟକ ବର୍ଣ୍ଣନା କରିଛନ୍ତି । ଏହି ନାରକୀୟ ଘଟଣାର ବିଜୁ ଜନତା ଦଳ ଦୃଢ଼ ଭାବରେ ନିନ୍ଦା କରିବା ସହ ଘଟଣାରେ ସମ୍ପୃକ୍ତ ସମସ୍ତଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ବିଜେପି ସରକାର ଗ୍ରହଣ କରିବେ ବୋଲି ଶ୍ରୀ ପଟ୍ଟନାୟକ ଆଶା ପ୍ରକାଶ କରିଛନ୍ତି ।

ଶ୍ରୀ ପଟ୍ଟନାୟକ କହିଛନ୍ତି ତାଙ୍କ ସରକାର ସମୟରେ ମୋ ସରକାର ବ୍ୟବସ୍ଥା ଥିଲା । ଏଥିରେ ମୁଖ୍ୟମନ୍ତ୍ରୀଙ୍କ ଠାରୁ ଆରମ୍ଭ କାରି ମନ୍ତୀ ଓ ବରିଷ୍ଠ ଅଧିକାରୀ ମାନେ ଥାନା ଓ ଡାକ୍ତରଖାନା ସମେତ ବିଭିନ୍ନ ସରକାରୀ କାର୍ଯ୍ୟାଳୟକୁ ଯାଉଥିବା ନାଗରିକ ମାନଙ୍କ ଠାରୁ କର୍ମଚାରୀ ମାନଙ୍କ ବ୍ୟବହାର ଓ ବୃତ୍ତିଗତ ଦକ୍ଷତା ସଂମ୍ପର୍କ ରେ feedback ସଂଗ୍ରହ କରୁଥିଲେ ।  ବିଜେପି ସରକାର ଶାସନକୁ ଆସିବା ପରେ ପରେ ତୁରନ୍ତ ମୋ ସରକାର ପରି ଲୋକାଭିମୁଖୀ କାର୍ଯ୍ୟକ୍ରମକୁ ବନ୍ଦ କରିଦେଲେ ।  ଯାହାର ପରିଣାମ ଏବେ ସର୍ବତ୍ର ଦୃଶ୍ୟମାନ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
You might also like