ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଫନି କ୍ଷୟକ୍ଷତି ପାଇଁ ଦାବି କଲେ ୫ ହଜାର କୋଟି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରଧାନମନ୍ତ୍ରୀଙ୍କ ଦିଲ୍ଲୀ ସ୍ଥିତ ସରକାରୀ ବାସଭବନରେ ପ୍ରଧାନମନ୍ତ୍ରୀଙ୍କୁ ଭେଟିଛନ୍ତି ନବୀନ । ପ୍ରଧାନମନ୍ତ୍ରୀଙ୍କ ନିକଟରେ ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ଦାବି ଉଠାଇଛନ୍ତି ନବୀନ । ଏହା ସହ ବାତ୍ୟା ଫନି କ୍ଷୟକ୍ଷତି ପାଇଁ ୫ ହଜାର କୋଟି ସହାୟତା ଦାବି କରିଛନ୍ତି । ୫ ଲକ୍ଷ ପକ୍କାଘର ଯୋଗାଇବାକୁ ମଧ୍ୟ ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରଧାନମନ୍ତ୍ରୀଙ୍କ ନିକଟରେ କୋଇଲା ରୟାଲଟି ସଂଶୋଧନ ପ୍ରସଙ୍ଗ ଉଠାଇଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ । ହେଲେ ରାଜ୍ୟରେ ଆୟୁଷ୍ମାନ ଯୋଜନା ଲାଗୁ ଓ ଲୋକସଭାରେ ଉପ ବାଚସ୍ପତି ନିର୍ବାଚନ ପ୍ରସଙ୍ଗରେ କୌଣସି ଆଲୋଚନା ହୋଇନଥିବା ମୁଖ୍ୟମନ୍ତ୍ରୀ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି । ସାଧାରଣ ନିର୍ବାଚନପରେ ବିପୁଳ ବିଜୟ ପାଇଁ ମୋଦିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରଧାନମନ୍ତ୍ରୀଙ୍କୁ ଭେଟିବା ପରେ କିଛି ସମୟ ପରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଭେଟିବେ ନବୀନ ।