Below header

୨୯ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ନବୀନ, ରାଜଭବନ ବାହାରେ ହେବ ଶପଥ ଗ୍ରହଣ ଉତ୍ସବ

ଭୁବନେଶ୍ବର (କେନ୍ୟୁଜ୍) : ଆସନ୍ତା ୨୯ ତାରିଖରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ନବୀନ ପଟ୍ଟନାୟକ । ପଞ୍ଚମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ସେ ଶପଥ ଗ୍ରହଣ କରିବେ । ରାଜଭବନ ବାହାରେ ହେବ ଶପଥ ଗ୍ରହଣ ଉତ୍ସବ । ଭୁବନେଶ୍ୱର ଇଡକୋ ପ୍ରଦର୍ଶନୀ ପଡ଼ିଆରେ ଶପଥ ଗ୍ରହଣ ଉତ୍ସବ ଆୟୋଜନ ହେବ । ଏଥିପାଇଁ ଯୋରସୋରରେ ପ୍ରସ୍ତୁତି ଚାଲିଛି । ପ୍ରଶାସନିକ ଅଧିକାରୀ ଓ ପୋଲିସ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ପ୍ରସ୍ତୁତି କାମର ତଦାରଖ କରୁଛନ୍ତି । ବୁଧବାର ରାଜ୍ୟପାଳ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ । ନବୀନଙ୍କ ସହ ମନ୍ତ୍ରୀମଣ୍ଡଳର ସଦସ୍ୟ ମଧ୍ୟ ଶପଥ ନେବେ ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.