Below header

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନବୀନ ପଟ୍ଟନାୟକ

ଭୁବନେଶ୍ବର (କେନ୍ୟୁଜ୍) : ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନବୀନ ପଟ୍ଟନାୟକ । ନୂଆ ସରକାର ଗଠନ ପାଇଁ ମୁଖ୍ୟମନ୍ତ୍ରୀ ଓ ଅନ୍ୟ ମନ୍ତ୍ରୀମାନଙ୍କ ଇସ୍ତଫା ଗ୍ରହଣ କରିଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ । ବିଜେଡି ନିରଙ୍କୁଶ ସଂଖ୍ୟା ଗରିଷ୍ଠତା ହାସଲ କରିଥିବା ବେଳେ ନୂଆ ମନ୍ତ୍ରିମଣ୍ଡଳ ଗଠନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି । ଆସନ୍ତାକାଲି ବସିବ ବିଜେଡି ବିଧାୟକ ଦଳ ବୈଠକ । ଏହାପରେ ନୂଆ ସରକାର ଗଠନ ନେଇ ରାଜ୍ୟପାଳଙ୍କୁ ଅବଗତ କରାଇବ ବିଜେଡି । ସେପର‌୍ୟ୍ୟନ୍ତ ପୁରୁଣା ମନ୍ତ୍ରିମଣ୍ଡଳ କାମ କରିବାକୁ ନବୀନଙ୍କୁ ଅନୁରୋଧ କରିଛନ୍ତି ରାଜ୍ୟପାଳ । ଚଳିତ ବିଧାନସଭାରେ ବିଜେଡି ୧୧୨ଟି ଆସନରେ ବିଜୟୀ ହୋଇଥିବା ବେଳେ ବିଜେପି ୨୩ଟି, କଂଗ୍ରେସ ୯ଟି ଓ ଅନ୍ୟାନ୍ୟ ଦୁଇଟି ଆସନରେ ବିଜୟୀ ହୋଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.