ଜ୍ୟୋତି ବସୁଙ୍କ ରେକର୍ଡ ଭାଙ୍ଗିବେ ନବୀନ, ଦ୍ୱିତୀୟ ସର୍ବାଧିକ କାଳ ମୁଖ୍ୟମନ୍ତ୍ରୀ ହେବେ

ଜ୍ୟୋତି ବସୁଙ୍କ ରେକର୍ଡ ଭାଙ୍ଗିବେ ନବୀନ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଖୁବଶୀଘ୍ର ଆଉ ଏକ ରେକର୍ଡ ତାଲିକାରେ ନାଁ ଯୋଡିବାକୁ ଯାଉଛନ୍ତି ।

ଜ୍ୟୋତି ବସୁଙ୍କ ରେକର୍ଡ ଭାଙ୍ଗିବେ ନବୀନ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଖୁବଶୀଘ୍ର ଆଉ ଏକ ରେକର୍ଡ ତାଲିକାରେ ନାଁ ଯୋଡିବାକୁ ଯାଉଛନ୍ତି । ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ରେକର୍ଡ ଭାଙ୍ଗି ଦେଶର ଦ୍ୱିତୀୟ ସର୍ବାଧିକ କାଳ ମୁଖ୍ୟମନ୍ତ୍ରୀ ହେବେ ଓଡ଼ିଶାର ମୁଖ୍ୟମନ୍ତ୍ରୀ । ଜୁଲାଇ ୨୨ରେ ଜ୍ୟୋତି ବସୁଙ୍କୁ ପଛରେ ପକାଇବେ ନବୀନ ।

ପ୍ରଥମ ସ୍ଥାନରେ ରହିଛନ୍ତି ସିକିମ୍‌ର ପୂର୍ବତନ ମୁଖ୍ୟମନ୍ତ୍ରୀ ପଓ୍ଵନ କୁମାର ଚାମଲିଙ୍ଗ । ୨୪ର ନବୀନଙ୍କ କ୍ୟାରିୟରରେ ଯୋଡିହେବ ନୂଆ ରେକର୍ଡ । ୨୦୦୦ ମସିହା ମାର୍ଚ୍ଚ ୫ରେ ପ୍ରଥମ ଥର ପାଇଁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟଭାର ଗ୍ରହଣ କରିଥିଲେ ନବୀନ ।

ଲଗାତର ୫ଥର ମୁଖ୍ୟମନ୍ତ୍ରୀ କାର୍ଯ୍ୟଭାର ସମ୍ଭାଳି ଆସୁଛନ୍ତି । ୨୩ ବର୍ଷ ୧୨୭ ଦିନ ଧରି ମୁଖ୍ୟମନ୍ତ୍ରୀ ପଦବୀରେ ନବୀନ । ଜ୍ୟୋତି ବସୁ ପଶ୍ଚିମବଙ୍ଗରେ ସିପିଏମର ୩୪ ବର୍ଷ ସରକାରରେ ୨୩ ବର୍ଷ ୧୩୮ ଦିନ ମୁଖ୍ୟମନ୍ତ୍ରୀ ରହିଥିଲେ । ଜୁଲାଇ ୨୨ରେ ଏହି ରେକର୍ଡକୁ ଭାଙ୍ଗିବେ ନବୀନ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.