ଫି ବୃଦ୍ଧିର ପୁନର୍ବିଚାର କରିବାକୁ କେନ୍ଦ୍ର ସରକାରଙ୍କୁ ଚିଠି ଲେଖିଲେ ନବୀନ

ଭୁବନେଶ୍ୱର (କେନ୍ୟୁଜ): ସିବିଏସଇ ତରଫରୁ ଦଶମ ଓ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଫି ବୃଦ୍ଧିକୁ ସବୁଠି ନାପସନ୍ଦ କରାଯାଇଥିବା ବେଳେ ନିଷ୍ପତ୍ତିର ପୁନର୍ବିଚାର କରିବାକୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ ଆଜି କେନ୍ଦ୍ର ମାନବ ସମ୍ବଳ ମନ୍ତ୍ରୀ ରମେଶ ପୋଖରିଆଲ ନିଶଙ୍କଙ୍କୁ ଏକ ଚିଠି ଲେଖି ଫି ବୃଦ୍ଧି ନିଷ୍ପତ୍ତିର ପୁନର୍ବିଚାର କରିବା ଲାଗି ଅନୁରୋଧ କରିଛନ୍ତି । ସିବିଏସଇର ନିଷ୍ପତ୍ତି ଅନୁଯାୟୀ ଅନୁସୂଚିତ ଜାତି ଓ ଜନଜାତିର ଛାତ୍ରଛାତ୍ରୀଙ୍କ ପରୀକ୍ଷା ଫି ୨୪ ଗୁଣା ବୃଦ୍ଧି କରାଯାଇଛି । ଏହା ସେମାନଙ୍କ ପରିବାର ଉପରେ ଆର୍ଥିକ ବୋଝ ପକାଇବ ବୋଲି ନବୀନ ଚିଠିରେ ଉଲ୍ଲେଖ କରିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.