ରାଜ୍ୟ

ରାୟଗଡା-କନ୍ଧମାଳ ଜିଲ୍ଲା ସୀମାନ୍ତରେ ଲାଗିଲା ମାଓ ବ୍ୟାନର, ପୋଷ୍ଟରରେ ୩ ନେତାଙ୍କୁ ଧମକ

ରାୟଗଡା (କେନ୍ୟୁଜ): ରାୟଗଡା-କନ୍ଧମାଳ ଜିଲ୍ଲା ସୀମାନ୍ତରେ ମାଓବାଦୀଙ୍କ ପୋଷ୍ଟର । ରାୟଗଡା ଜିଲ୍ଲା କାଶିପୁର ବ୍ଲକର ସୁଙ୍ଗର ପଞ୍ଚାୟତରେ ୨୧ ଜଣଙ୍କୁ ପୋଲିସ ଗିରଫଦାରୀକୁ ନେଇ ମାଓବାଦୀ ପୋଷ୍ଟର ଓ ବ୍ୟାନର ଲଗାଇଥିବା ଦେଖଇବାକୁ ମିଳିଛି । ସେଥିରେ ଜିଲ୍ଲାର ବରିଷ୍ଠ ବିଜେଡି ନେତାମାନଙ୍କୁ ଟାର୍ଗେଟ୍ କରାଯାଇଛି । ରାମନାକୁପୁଲି ଛକ ନିକଟରେ ଏହି ବ୍ୟାନର ଲାଗିଛି। ଗିରଫ ଆଦିବାସୀଙ୍କୁ ବିନା ସର୍ତ୍ତରେ ଖଲାସ ନକଲେ ପରିସ୍ଥିତି ଭୟାବହ ହେବ ବୋଲି ଚେତାବନୀ ଦିଆଯାଇଛି । ତେବେ ଏ ସମ୍ପର୍କରେ ପୋଲିସର ପ୍ରତିକ୍ରିୟା ମିଳି ପାରିନାହିଁ ।

ସୂଚନା ଅନୁସାରେ ଏହି ବ୍ୟାନର ଓ ପୋଷ୍ଟର ସିପିଆଇ ମାଓବାଦୀ ବାଘୁନା ଡିଭିଜିନାଲ କମିଟି ତରଫରୁ ଲାଗିଥିଲା ଉଲ୍ଲେଖ ରହିଛି । ପୋଷ୍ଟରରେ ନକ୍ସଲମାନେ ଉଲ୍ଲେଖ କରିଛନ୍ତି ଯେ, ରାୟଗଡ଼ା ଜିଲ୍ଲାରେ ନିର୍ଦ୍ଦୋଶ ଲୋକ ଓ ଜନ ଅନ୍ଦୋଳକାରୀଙ୍କୁ ରାତିଅଧିଆ ଉଠାଇ ନେଇ ମାଡ଼ ମାରିବା ଓ ମିଛ କେସରେ ଫସାଇବା ବନ୍ଦ କର। ଜେଲରେ ଥିବା ସମସ୍ତ ବନ୍ଦୀଙ୍କୁ ତୁରନ୍ତ ଖଲାସ କର। ନଚେତ ଏସବୁ ଚକ୍ରାନ୍ତ ଉପରେ ଦାୟୀ ଥିବା ବିଜେଡି ନେତା ଏନ୍ ଭାସ୍କର ରାଓ , ସୁଧିର ଦାଶ ଓ ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

Barsha

Recent Posts

ତପ୍ତପାଣି ଘାଟି ତଳକୁ ଖସିଲା ଟ୍ରକ, ଡ୍ରାଇଭର ମୃତ

ଦିଗପହଣ୍ଡି (କେନ୍ୟୁଜ): ତପ୍ତପାଣି ଘାଟିରେ ପୁଣି ଦୁର୍ଘଟଣା । ଭାରସାମ୍ୟ ହରାଇ ଘାଟି ତଳକୁ ଖସିଲା ମାଲବାହୀ ଟ୍ରକ ।…

5 mins ago

ଭୁବନେଶ୍ବରରେ ଆଜି ପୁଣି ଥରେ ବଢିଲା ପେଟ୍ରୋଲ-ଡିଜେଲ ରେଟ୍, ଚେକ୍ କରନ୍ତୁ ନୂଆ ଦର

ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୧ ଟଙ୍କା ୦୬ ପଇସା ରହିଛି । ଡିଜେଲ ଦର ୯୨ ଟଙ୍କା ୬୪ ପଇସା…

39 mins ago

ଅନ୍ତିମ ପର୍ଯ୍ୟାୟ ନିର୍ବାଚନ ପରେ ଆସିଛି ବୁଥ ବାହୁଡ଼ା ମତ, ଲଗାତାର ତୃତୀୟ ଥର ପାଇଁ ହେଇପାରନ୍ତି ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ହେବେ ମୋଦି । ଦେଶରେ ସପ୍ତମ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନ…

46 mins ago

ସୁନା ଦର ହେଉଛି ଆକାଶ ଛୁଆଁ , ଜାଣନ୍ତୁ ଭୁବନେଶ୍ୱରରେ ଆଜି ୨୪ କ୍ୟାରେଟ ସୁନାର ଦାମ୍

ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା…

1 hour ago

କରମଣ୍ଡଳ ରେଳ ଦୁର୍ଘଟଣା: ମନେପଡିଲେ ଥରି ଉଠୁଛି ଛାତି, ଟାଙ୍କୁରି ଯାଉଛି ଲୋମ

ବାଲେଶ୍ଵର (କେନ୍ୟୁଜ): ବାଲେଶ୍ଵର ବାହାନଗା ରେଳ ଦୁର୍ଘଟଣାକୁ ଆଜି ପୁରିଛି ବର୍ଷେ । ୨୦୨୩  ଜୁନ୍ ୨ ଶୁକ୍ରବାର, ସମୟ…

1 hour ago

ସରିଲା ୪ର୍ଥ ପର୍ଯ୍ୟାୟ ନିର୍ବାଚନ, ରାଜ୍ୟରେ ମତଦାନ ହାର ୭୦.୬୭% ରହିଛି

ଭୁବନେଶ୍ୱର (କେନ୍ୟୁଜ): ଷ୍ଟ୍ରଙ୍ଗ ରୁମରେ ଇଭିଏମ୍ । ରାଜ୍ୟରେ ୪ର୍ଥ ପର୍ଯ୍ୟାୟ ନିର୍ବାଚନ ସରିବା ପରେ ଇଭିଏମରେ ସିଲ ହୋଇଛି…

2 hours ago