ରାଜ୍ୟରେ ଶାସ୍ତ୍ରୀୟ ସଙ୍ଗୀତ କ୍ଷେତ୍ରରେ କୃତିତ୍ୱ ହାସଲ କରିଥିବା ବ୍ୟକ୍ତି ବିଶେଷଙ୍କୁ ଦିଆଯିବ ‘‘ସୁନନ୍ଦା ସମ୍ମାନ’’,ଘୋଷଣା କଲେ ମୁଖ୍ୟମନ୍ତ୍ରୀ

କେନ୍ୟୁଜ୍(ବ୍ୟୁରୋ): ବିଶିଷ୍ଟ ଶାସ୍ତ୍ରୀୟ ସଂଗୀତଜ୍ଞ  ସୁନନ୍ଦା ପଟ୍ଟନାୟକଙ୍କ ନାମରେ ସ୍ବତନ୍ତ୍ର  ସମ୍ମାନ ଅର୍ଥରାଶିକୁ ଅନୁମୋଦନ।  ରାଜ୍ୟର ଶାସ୍ତ୍ରୀୟ ସଙ୍ଗୀତ କ୍ଷେତ୍ରରେ କୃତିତ୍ୱ ହାସଲ କରିଥିବା ବ୍ୟକ୍ତି ବିଶେଷଙ୍କୁ ଦିଆଯିବ ସୁନନ୍ଦା ସମ୍ମାନ। ଆଜି ଏହାକୁ  ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ସମ୍ମାନ ଓଡ଼ିଶା ସଂଗୀତ ନାଟକ ଏକାଡେମି ପକ୍ଷରୁ  ପ୍ରଦାନ କରାଯିବ । ଶାସ୍ତ୍ରୀୟ ସଂଗୀତ ପାଇଁ ଦିଆଯାଉଥିବା ଏହି ପୁରସ୍କାରର ନାମ  ‘ସୁନନ୍ଦା ସମ୍ମାନ’ ରଖାଯାଇଛି । ପୁରସ୍କାର ବାବଦରେ ୨ ଲକ୍ଷ ୫୦ ହଜାର ଟଙ୍କା ଦିଆଯିବ।

ପୂର୍ବରୁ ଶାସ୍ତ୍ରୀୟ ସଙ୍ଗୀତଜ୍ଞ ସୁନନ୍ଦା ପଟ୍ଟନାୟକଙ୍କ ଦେହାନ୍ତ ପରେ ତାଙ୍କ ସ୍ମୃତିରେ ସୁନନ୍ଦା ସମ୍ମାନ ଓ ଚେୟାର ପ୍ରତିଷ୍ଠା କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିଲେ । ସୁନନ୍ଦାଙ୍କ ପରଲୋକ ପରେ  ଶ୍ରଦ୍ଧାଞ୍ଜଳି ଜଣାଇ ଏଭଳି ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିସହିତ ଶାସ୍ତ୍ରୀୟ ସଙ୍ଗୀତରେ ଉଚ୍ଚତର ଗବେଷଣା ଓ ଶିକ୍ଷା ପାଇଁ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟରେ ‘ଗୁରୁମା ସୁନନ୍ଦା ପଟ୍ଟନାୟକ ଚେୟାର’ ପ୍ରତିଷ୍ଠା କରାଯିବ ବୋଲି ମଧ୍ୟ ଘୋଷଣା କରାଯାଇଛି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.