ଘରୋଇ ହିଂସା ଉପରେ ନଜର ରଖିବାକୁ ଡିଜିଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (କେନ୍ୟୁଜ୍‌) : ରାଜ୍ୟରେ କରୋନା ସ୍ଥିତିର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କରୋନା ପରିସଂଖ୍ୟାନ ହ୍ରାସ ପାଉଥିବାରୁ ମୁଖ୍ୟମନ୍ତ୍ରୀ ଖୁସି ବ୍ୟକ୍ତି କରିଛନ୍ତି । ଏହା ରାଜ୍ୟ ପାଇଁ ଭଲ ସଂକେତ ବୋଲି କହିଛନ୍ତି ନବୀନ । ଏଥିପାଇଁ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଆବଶ୍ୟକ ସାମଗ୍ରୀ ପରିବହନ କ୍ଷେତ୍ରରେ କୌଣସି ଅସୁବିଧା ନାହିଁ । ସେହିପରି କୃଷି ଜାତ ସାମଗ୍ରୀର ନେବା ଆଣିବାରେ ଯେପରି କୌଣସି ଅସୁବିଧା ନହୁଏ ସେଥିପାଇଁ ପୋଲିସ ଡିଜିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏହା ସହ ଘରୋଇ ହିଂସା ଉପରେ ମଧ୍ୟ ନଜର ରଖିବାକୁ ଡିଜିପିଙ୍କୁ କହିଛନ୍ତି ମୁଖ୍ୟମନ୍ତ୍ରୀ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.