କେନ୍ୟୁଜ୍(ବ୍ୟୁରୋ): ରାଜ୍ୟରେ ଜାରି ରହିଛି ବର୍ଷା। ଲଘୁଚାପ ପ୍ରଭାବରେ ବିକ୍ଷିପ୍ତ ବର୍ଷା ଜାରି। ଆସନ୍ତା ସାତଦିନ ଯାଏ ସ୍ୱାଭାବିକଠାରୁ ଅଧିକ ହେବ ବର୍ଷା। କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ଥିବା କହିଛନ୍ତି ଆଇଏମଡି ଡିଜି। ଦକ୍ଷିଣ ଓଡ଼ିଶା ଉପକୂଳ ନିକଟରେ କେନ୍ଦ୍ରୀଭୂତ ରହିଛି ଲଘୁଚାପ କ୍ଷେତ୍ର। ଆଗାମୀ ୪୮ଘଣ୍ଟାରେ ଆହୁରି ଘନୀଭୂତ ହେବ। ଏହା ଦ୍ୱାରା ମୌସୁମୀ ଅଧିକ ସକ୍ରିୟ ହେବା ସହ ଭଲ ପରିମାଣର ବର୍ଷା ସମ୍ଭାବନା ରହିଛି।
ଜୁଲାଇ ୧୪ ବେଳକୁ ଆଉ ଏକ ଲଘୁଚାପ ଉତ୍ତର ବଙ୍ଗୋପସାଗର ଓ ଓଡ଼ିଶା ଉପକୂଳରେ ହେବାର ସମ୍ଭାବନା ରହିଛି। ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ୨୪ ଘଣ୍ଟାରେ ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଜିଲ୍ଲାଗୁଡ଼ିକ ହେଲା କନ୍ଧମାଳ, ନବରଙ୍ଗପୁର, କଳାହାଣ୍ଡି, ଗଜପତି, ଗଞ୍ଜାମ, କୋରାପୁଟ, ରାୟଗଡ଼ା ଓ ମାଲକାନଗିରି। ଏଠାରେ ୭ରୁ ୨୦ ସେଣ୍ଟିମିଟର ବର୍ଷାର ସମ୍ଭାବନା ରହିଛି। ପ୍ରବଳ ବର୍ଷା ପାଇଁ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।
ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…
ଲୋକସଭାରେ ବିରୋଧୀ ନେତା ହେବେ ରାହୁଲ ଗାନ୍ଧି । ଇଣ୍ଡିଆ ବ୍ଲକ୍ ଏହା ଉପରେ ମୋହର ମାରିଛି । କଂଗ୍ରେସର…
ପୁଣି ଲୋକସଭାର ବାଚସ୍ପତି ଭାବେ ନିର୍ବାଚିତ ହେଲେ ଓମ୍ ବିର୍ଲା । ବାଚ୍ନିକ ଭୋଟରେ ନିର୍ବାଚିତ ହେଲେ ଓମ୍ ବିର୍ଲା…
ଆମେରିକାର ଲାସ୍ ଭେଗାସ୍ ସହରରେ ଥିବା ଏକ ଆପାର୍ଟମେଣ୍ଟ ପରିସରରେ ଆଖିବୁଜା ଗୁଳିମାଡ କଲା ଦୁର୍ବୃତ୍ତ । ଗୁଳିକାଣ୍ଡରେ ୫…
ଭୁବନେଶ୍ୱର: ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ କେଭି ସିଂଦେଓ…
ପୁରୀ: ମହାପ୍ରଭୁଙ୍କ ଅନବସର ନୀତିର ଆଜି ପଞ୍ଚମ ଦିନ । ଚାଲିଛି ପ୍ରଭୁଙ୍କ ସେବା ପୂଜା । ଆଜି ମହାପ୍ରଭୁଙ୍କ…