ରାଜ୍ୟ

କଟକ ସହରକୁ ନୂଆ ପରିଚୟ ଦେବ ନେତାଜୀ ବସ ଟର୍ମିନାଲ, କାଲି ହେବ ଉଦଘାଟନ

କଟକ (କେନ୍ୟୁଜ): କାଲି କଟକ ସହରରେ ଉଦଘାଟନ ହେବ କଟକ ନେତାଜୀ ବସ ଟର୍ମିନାଲ। ଏନେଇ ସମସ୍ତ ପ୍ରସ୍ତୁତି ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି। ୧୬ ଏକରରୁ ଅଧିକ ଅଞ୍ଚଳରେ ନିର୍ମିତ ଏହି ବସ ଟର୍ମିନାଲ ପାଇଁ ୮୪ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି। ଏହି ନୂଆ ବସ ଟର୍ମିନାଲର ଲୋକାର୍ପଣ କଟକ ସହରକୁ ଏକ ନୂଆ ପରିଚୟ ଦେବ ବୋଲି କୁହାଯାଇଛି।

ଏହି ବସ ଟର୍ମିନାଲକୁ ସ୍ଥାନାନ୍ତରିତ ହେବ କଟକର ବାଦାମବାଡ଼ି, ଅନୁଗୁଳ, ପୁରୀ ଆଦି ସମସ୍ତ ବସ ଷ୍ଟାଣ୍ଡ। ସମସ୍ତ ଅତ୍ୟାଧୁନିକ ସୁବିଧା ସୁଯୋଗ ଉପଲବ୍ଧ କରାଯାଇଛି ଏହି ବସ ଟର୍ମିନାଳରେ। ଅଗାମୀ ଦିନରେ ଏହି ଟର୍ମିନାଲ ସାରା ରାଜ୍ୟ ପାଇଁ ଏକ ଉଦାହରଣ ପାଳଟିବାକୁ ଯାଉଛି। ବସ ଟର୍ମିନାଲର ଅନ୍ୟତମ ମୁଖ୍ୟ ଆକର୍ଷଣ ରହିଛି ଏଠାକାର ଆହାର କେନ୍ଦ୍ର। ପଞ୍ଚ ତାରକା ରେଷ୍ଟୁରାଣ୍ଟର ଭ୍ରମ ସୃଷ୍ଟି କରୁଛି ଏହି ଏହାର କେନ୍ଦ୍ର। ପାଞ୍ଚ କୋଟି ଟଙ୍କା ବ୍ୟୟରେ ନିର୍ମିତ ଏହି ଏହାର କେନ୍ଦ୍ର ପରିଚାଳନା ଦାୟିତ୍ୱରେ ଅଛନ୍ତି ମିଶନ ଶକ୍ତି ମହିଳା ମାନେ। ଜଳଖିଆ ସହିତ ମଧ୍ୟାହ୍ନ ଭୋଜନ, ରାତ୍ରି ଭୋଜନ ଉପଲବ୍ଧ ହେବ ଏହି ଆହାର କେନ୍ଦ୍ରରେ।

 

Barsha

Recent Posts

ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ ଭାବେ କିଟ୍ ଓ କିସର ନାଁ ଘୋଷଣା

ଭୁବନେଶ୍ୱର(କେନ୍ୟୁଜ୍‌): ଅନ୍ତର୍ଜାତୀୟ ଭଲିବଲ୍ ସଂଘ (ଏଫଆଇଭିବି) ପକ୍ଷରୁ ନୂଆ କରି ଗଠନ କରାଯାଇଥିବା ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ…

2 hours ago

ଘରର କବାଟ ଝରକା ଭାଙ୍ଗି ଟଙ୍କା, ସୁନା ଲୁଟିବା ସହ ଜୀବନ ନେଇଗଲେ ଦୃର୍ବୁତ୍ତ

ବୌଦ୍ଧ : ଅଧା ରହିଥିଲା ଘର କାମ ତେଣୁ ଘର କାମ କରିବା ପାଇଁ ବ୍ୟାଙ୍କରୁ ଟଙ୍କା ଆଣିଥିଲେ। ହେଲେ…

3 hours ago

ଭୋଟ୍‌ ଦେବାକୁ ଆସିଥିଲେ, ବୁଥ୍‌ ସାମ୍ନାରେ ସ୍ତ୍ରୀର ଜୀବନ ନେଇଗଲା ସ୍ୱାମୀ

ଭଦ୍ରକ: ୪ ବର୍ଷ ତଳେ ହୋଇଥିଲା ବାହାଘର । ଅଗ୍ନିକୁ ସାଖି ରଖି ସାରା ଜୀବନ ପାଇଁ ପରସ୍ପର ସାଥି…

3 hours ago

ରାଜ୍ୟରେ ସନ୍ଧ୍ୟା ୫ଟା ସୁଦ୍ଧା ୬୨.୪୬ ପ୍ରତିଶତ ମତଦାନ

ଭୁବନେଶ୍ୱର(କେନ୍ୟୁଜ୍‌): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…

5 hours ago

ଭୋଟ ଦେବାକୁ ଆସିଥିବା ବେଳେ ସ୍ତ୍ରୀକୁ ହତ୍ୟାକଲା ନୃଶଂସ ସ୍ବାମୀ

ଭଦ୍ରକ (କେନ୍ୟୁଜ୍‌): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…

5 hours ago

IT କମ୍ପାନୀର ବିଲ୍ଡିଂରେ ଭୟାବହ ଅଗ୍ନିକାଣ୍ଡ, ଜଳି ଛାରଖାର ହେଲା ଅଫିସ୍‌ ଗୃହ

ପ୍ରବଳ ଗ୍ରୀଷ୍ମ ତାତି ଭିତରେ ଉତ୍ତର ପ୍ରଦେଶର ନୋଏଡାରେ ଲଗାତାର ଅଗ୍ନିକାଣ୍ଡ ଘଟୁଛି । ଗତ ୩ ଦିନ ହେବ…

6 hours ago