ରାଜ୍ଯରେ ୩ ହଜାର ଡେଇଁଲା କରୋନା: ଆଜି ୩୧୦୮ କରୋନା ପଜିଟିଭ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ ୫୩୪ ଆକ୍ରାନ୍ତ

ଭୁବନେଶ୍ବର: ରାଜ୍ୟରେ ଆଜି ଆଉ ୩୧୦୮ ନୂଆ କରୋନା ପଜିଟିଭ୍ ଚିହ୍ନଟ। କ୍ୱାରେଣ୍ଟାଇନ୍ରୁ ୧୮୦୬ ଓ ଲୋକାଲ କଣ୍ଟାକ୍ଟ କେସ୍ ରହିଛି ୧୩୦୨ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୩୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୬୧ ହଜାର ୪୫୦ ଜଣକୁ ଛୁଇଁଛି। ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦେଇଛି। ଖୋର୍ଦ୍ଧାରେ ସବୁଠାରୁ ଅଧିକ ୫୩୪ କରୋନା ପଜିଟିଭି ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩ ଲକ୍ଷ ୬୧ ହଜାର ୪୫୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୧୬ ହଜାର ୮୮୯ ଜଣ ଆକ୍ଟିଭ୍ କେସ୍ ରହିଥିବା ବେଳେ ୩ ଲକ୍ଷ ୪୨ ହଜାର ୫୭୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୯୩୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି। ଏବେ ସୁଦ୍ଧା ରାଜ୍ୟରେ ୯୫ ଲକ୍ଷ ୨୮ ହଜାର ୧୮୨ ନମୁନା ଟେଷ୍ଟ୍ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.