ଭୁବନେଶ୍ଵରରେ ଆଜି ୩୨୫ ଜଣ କରୋନା ପଜିଟିଭ ଚିହ୍ନଟ ଏବଂ ୩୮୪ ଜଣ ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର (କେନ୍ୟୁଜ ବ୍ୟୁରୋ): ଭୁବନେଶ୍ୱରରୁ ଆଜି ୩୨୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୩୮୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ନୂଆ ପଜିଟିଭଙ୍କ ମଧ୍ୟରେ କ୍ୱାରେଣ୍ଟାଇନରୁ ୧୦୭ ଜଣ ଓ ଲୋକାଲରୁ ୨୧୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି । ତେବେ କ୍ୱାରେଣ୍ଟାଇନରୁ ଚିହ୍ନଟ ସମସ୍ତ ଆକ୍ରାନ୍ତ ପୂର୍ବରୁ ଚିହ୍ନଟ ପଜିଟିଭଙ୍କ ସଂସ୍ପର୍ଶରେ ଆସିଥିଲେ ।


ସେହିପରି କଟକରେ ମଧ୍ୟ ବଢ଼ୁଛି ସଂକ୍ରମଣ । ୧୬ ହଜାର ଟପିଲାଣି ସଂକ୍ରମିତଙ୍କ ସଂଖ୍ୟା । ଖୋର୍ଦ୍ଧା ପରେ ସର୍ବାଧିକ ଆକ୍ଟିଭ କେସ ତାଲିକାରେ କଟକ ରହିଛି । ତେବେ କଟକରେ ସଂକ୍ରମଣକୁ ରୋକିବା ପାଇଁ ଏବେ ଆକ୍ସନ ମୁଡରେ କମିଶନରେଟ ପୋଲିସ । ଯେଉଁ ମାନେ ମାସ୍କ ପିନ୍ଧୁ ନାହାନ୍ତି କି ସାମାଜିକ ଦୂରତା ରଖୁନାହାନ୍ତି ସେମାନଙ୍କ ଉପରେ କଡା କାର୍ଯ୍ୟାନୁଷ୍ଠାନ ନିଆଯାଉଛି । ସୂଚନାଯୋଗ୍ୟ, ଆଜି ପର୍ଯ୍ୟନ୍ତ ଭୁବନେଶ୍ୱରରୁ ୧୮ ହଜାର ୫୯୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଏଥିରୁ ୧୪ ହଜାର ୪୩୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । କିନ୍ତୁ ଏବେବି ୪ ହଜାର ୭୪ ଜଣ ଆକ୍ରାନ୍ତ ସକ୍ରିୟ ଅଛନ୍ତି ଓ ୬୮ ଜଣଙ୍କର ପ୍ରାଣହାନୀ ଘଟିଛି ।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.