ଇନଫୋସିସର ନୂତନ ବିଜନେସ ପ୍ରୋସେସିଂ ମ୍ୟାନେଜମେଣ୍ଟ ସେଣ୍ଟର ଉଦଘାଟିତ, ଯୁବପୀଢିଙ୍କ ପାଇଁ ବ୍ୟାପକ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ବୋଲି କହିଲେ ମୁଖ୍ୟମନ୍ତ୍ରୀ

ଗତ ଦୁଇ ଦଶନ୍ଧି ଧରି ଓଡ଼ିଶା ଅନ୍ୟ ରାଜ୍ୟମାନଙ୍କ ତୁଳନାରେ ଦୃଢ ଓ ସ୍ଥିର ଗତିରେ ବିକାଶ କରିଚାଲିଛି। ଏହା ଦ୍ବାରା ରାଜ୍ୟର ଏକପ୍ରକାର କାୟାକଳ୍ପ ଘଟି ସହ ନବସୃଜତ ଓ ଅଭିନବ ଉଦ୍ୟମିତା ନୀତି ଜରିଆରେ ଗଭୀର ଆତ୍ମବିଶ୍ବାସର ଏକ ନୂଆ ପରିଭାଷା ସୃଷ୍ଟି ହୋଇପାରିଛି।

ଭୁବନେଶ୍ବର(କେନ୍ୟୁଜ୍): ଭୁବନେଶ୍ବରରେ ଇନଫୋସିସର ନୂତନ ବିଜନେସ ପ୍ରୋସେସିଂ ମ୍ୟାନେଜମେଣ୍ଟ ସେଣ୍ଟର ଉଦ୍ଘାଟିତ। ପଟିଆ ଠାରେ ଏହି ନୂତନ ବିପଏମ ଶାଖାକୁ ଉଦ୍ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗତ ଦୁଇ ଦଶନ୍ଧି ଧରି ଓଡ଼ିଶା ଅନ୍ୟ ରାଜ୍ୟମାନଙ୍କ ତୁଳନାରେ ଦୃଢ ଓ ସ୍ଥିର ଗତିରେ ବିକାଶ କରିଚାଲିଛି। ଏହା ଦ୍ବାରା ରାଜ୍ୟର ଏକପ୍ରକାର କାୟାକଳ୍ପ ଘଟି ସହ ନବସୃଜତ ଓ ଅଭିନବ ଉଦ୍ୟମିତା ନୀତି ଜରିଆରେ ଗଭୀର ଆତ୍ମବିଶ୍ବାସର ଏକ ନୂଆ ପରିଭାଷା ସୃଷ୍ଟି ହୋଇପାରିଛି।

ଇନଫୋସିସ ଜାତୀୟସ୍ତରରେ ବିଶେଷ କରି ଓଡ଼ିଶାରେ ସୂଚନା ଓ ପ୍ରଯୁକ୍ତି ବିଦ୍ୟା ଅଭିବୃଦ୍ଧି କ୍ଷେତ୍ରରେ ବିଶେଷ ଭୂମିକା ଗ୍ରହଣ କରିଛି। ଇନଫେସିସର ନୂଆ ବିଜନେସ ପ୍ରୋସେସିଂ ମ୍ୟାନେଜମେଣ୍ଟ ସେଣ୍ଟର ଓଡ଼ିଶାରେ ଆରମ୍ଭ କରିଛି। ଏହା ଦ୍ବାରା ଆମ ଯୁବପୀଢିଙ୍କ ପାଇଁ ବ୍ୟାପକ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଅବସରରେ ଇନଫୋସିସ କାର୍ଯ୍ୟନିର୍ବାହୀ ଉପାଧ୍ୟକ୍ଷ ସତୀଶ ଏଚସି ତାଙ୍କ ଅଭିଭାଷଣରେ ରାଜ୍ୟ ସରକାରଙ୍କ ସହଯୋଗର ଭୂୟସୀ ପ୍ରଶଂସା କରିଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.