ରାଜ୍ୟ

ଭବାନୀପାଟଣା ବାଦିଲିଠାରେ ୫୦ କୋଟି ଟଙ୍କା ବ୍ୟୟରେ କିସ୍‌ର ନୂଆ ଶାଖା, ଆସନ୍ତାକାଲି ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

କଳାହାଣ୍ଡି(କେନ୍ୟୁଜ୍): କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ଅନ୍ତର୍ଗତ ବାଦିଲିଠାରେ ୫୦ କୋଟି ଟଙ୍କା ବ୍ୟୟରେ ନିର୍ମିତ କିସ୍‌ର ନୂତନ ଶାଖାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତାକାଲି ଉଦ୍‌ଘାଟନ କରିବେ । ଏହି କାର୍ଯ୍ୟକ୍ରମରେ କଳାହାଣ୍ଡି ସାଂସଦ ବସନ୍ତ କୁମାର ପଣ୍ଡା, ରାଜ୍ୟସଭା ସାଂସଦ ସୁଜିତ କୁମାର,କିଟ୍‌ ଓ କିସର ପ୍ରତିଷ୍ଠାତା ତଥା କନ୍ଧମାଳ ସାଂସଦ ଡ. ଅଚ୍ୟୁତ ସାମନ୍ତ ଓ ଲାଞ୍ଜିଗଡ ବିଧାୟକ ପ୍ରଦୀପ କୁମାର ଦିସାରୀ ପ୍ରମୁଖ ଯୋଗଦେବେ । ୧୦ଏକର ଜମିରେ ନିର୍ମିତ ଏହି ବିଦ୍ୟାଳୟ ପାଇଁ ଜମି କ୍ରୟଠାରୁ ଆରମ୍ଭ କରି ଭିତ୍ତିଭୂମି ବିକାଶ, ସବୁଜ ବଳୟ ସୃଷ୍ଟି, ପାଚେରୀ ନିର୍ମାଣ, ମେକାନାଇଜଡ ରୋଷଶାଳା, ୨୫ ଶଯ୍ୟା ବିଶିଷ୍ଟ ଡାକ୍ତରଖାନା, ଆସବାବପତ୍ର ଓ ଅନ୍ୟ ଆନୁସଙ୍ଗିକ ସୁବିଧା ସମେତ ଭିତ୍ତିଭୂମି ନିର୍ମାଣରେ ମୋଟ ୫୦ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି ।

ସମସ୍ତ ଅର୍ଥ କିଟ୍‌ ପକ୍ଷରୁ ଯୋଗାଇ ଦିଆଯାଇଛି । ବିଶିଷ୍ଟ ଶିକ୍ଷାବିତ ଓ ସମାଜସେବୀ ଡ. ଅଚ୍ୟୁତ ସାମନ୍ତଙ୍କ ଦ୍ୱାରା ୧୯୯୨ରେ କିସ୍‌ ପ୍ରତିଷ୍ଠା ହେବା ଦିନଠାରୁ ଦୀର୍ଘ ୩୦ ବର୍ଷ ଧରି ଶିକ୍ଷା ମାଧ୍ୟମରେ ଜନଜାତିଙ୍କ ସଶକ୍ତିକରଣ କରିଆସୁଛି । କିସ୍‌-କଳାହାଣ୍ଡି ଆବାସିକ ବିଦ୍ୟାଳୟରେ ପ୍ରଥମ ପର୍ଯ୍ୟାୟରେ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ଯାଏ କଳାହାଣ୍ଡି ଜିଲ୍ଲାର ୧୨ଶହ ଗରିବ ଓ ଅବହେଳିତ ଜନଜାତି ଛାତ୍ରଛାତ୍ରୀଙ୍କୁ ଗୁଣାତ୍ମକ ଶିକ୍ଷାଦାନ କରାଯିବ । ପାଠ ପଢ଼ା ବ୍ୟତୀତ ଏଠାରେ ଛାତ୍ରଛାତ୍ରୀଙ୍କୁ ଅନ୍ୟାନ୍ୟ କ୍ଷେତ୍ର ବିଶେଷ କରି ଉନ୍ନତ ମାନର କ୍ରୀଡ଼ା ତାଲିମ ପ୍ରଦାନ କରାଯିବ ।

ଏଠାରୁ ଉତ୍ତୀର୍ଣ୍ଣ ହେବା ପରେ ଛାତ୍ରଛାତ୍ରୀମାନେ ଭୁବନେଶ୍ୱର ସ୍ଥିତ କିସ୍‌ କିମ୍ବା କିଟ୍‌ ବିଶ୍ୱବିଦ୍ୟାଳୟରେ ଉଚ୍ଚଶିକ୍ଷା ଲାଭ କରିପାରିବେ । ଭୁବନେଶ୍ୱର କିସ୍‌ ଭଳି ଏଠାରେ ମଧ୍ୟ ସମ୍ପୂର୍ଣ୍ଣ ଆବାସିକ ଓ ବିନା ଦେୟରେ କଳାହାଣ୍ଡି ଜିଲ୍ଲାର ଗରିବ ଓ ଅବହେଳିତ ଜନଜାତି ପିଲାମାନେ ପାଠ ପଢିପାରିବେ । ସମ୍ପୂର୍ଣ୍ଣ ସବୁଜ, ଇକୋ-ଫ୍ରେଣ୍ଡଲି ଓ ଟେକ୍ନୋଲୋଜି ଉପଯୋଗରେ ଏହି କ୍ୟାମ୍ପସ ପରିଚାଳିତ ହେବ । ଏହା କଳାହାଣ୍ଡିବାସୀଙ୍କ ସମ୍ପତ୍ତି ହୋଇ ରହିବ । ଏହା ପୂର୍ବରୁ ବଲାଙ୍ଗୀର ଓ ମୟୁରଭଞ୍ଜରେ କିସ୍‌ ଶାଖା ଖୋଲାଯାଇଥିବା ବେଳେ ଗତ ୧୩ ତାରିଖ ଦିନ କିସର ବାଲେଶ୍ୱର ଶାଖା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଉଦ୍‌ଘାଟିତ ହୋଇଯାଇଛି ।

KNews Bureau

Recent Posts

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

17 mins ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

25 mins ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

41 mins ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

1 hour ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

1 hour ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

1 hour ago