Below header

ବିଧାନସଭାରେ ଶପଥ ନେଲେ ନବନିର୍ବାଚିତ ତିର୍ତ୍ତୋଲ ଓ ବାଲେଶ୍ୱର ସଦର ବିଧାୟକ

ଭୁବନେଶ୍ବର: ଶପଥ ନେଲେ ୨ ନବନିର୍ବାଚିତ ବିଧାୟକ । ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସ ଓ ବାଲେଶ୍ୱର ସଦର ବିଧାୟକ ସ୍ୱରୂପ ଦାସ ଶପଥ ଗ୍ରହଣ କରିଛନ୍ତି । ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଦୁଇ ବିଧାୟକଙ୍କୁ ଶପଥ ପାଠ କରାଇଛନ୍ତି ।

ବିଧାୟକ ଭାବେ ନିର୍ବାଚିତ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ଓ ଦଳର ବରିଷ୍ଠ ନେତାଙ୍କୁ ସେ ଧନ୍ୟବାଦ ଜଣାଇଛନ୍ତି । ସେହିପରି ସ୍ଥାନୀୟ ଅଞ୍ଚଳର ସମସ୍ୟା ବିଧାନସଭାରେ ଉପସ୍ଥାପନ କରିବେ ବୋଲି କହିଛନ୍ତି ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସ । ନବ ନିର୍ବାଚିତ ଦୁଇ ବିଧାୟକ ଆସନ୍ତା ଶୀତ ଅଧିବେଶନରେ ଅଂଶଗ୍ରହଣ କରିବେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.