Below header

ଆସନ୍ତା ସପ୍ତାହରୁ ସକ୍ରିୟ ହେବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ, ଜୁନ ଶେଷରୁ ଜୁଲାଇ ପ୍ରଥମ ଭାଗ ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା

ଭୁବନେଶ୍ବର (କେନ୍ୟୁଜ୍): ରାଜ୍ୟରୁ ମୌସୁମୀ ଉଭାନ୍‌ । ତେବେ କାଁ ଭାଁ ସ୍ଥାନରେ ବର୍ଷା ହେଉଛି। ୩ ଦିନ ପରେ ପୁଣି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ୨୯ ତାରିଖ ରାତିରୁ ପାଗରେ ପରିବର୍ତ୍ତନ ଆସିବ । ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ ସମ୍ଭାବନା ରହିଛି। ଏହାର ପ୍ରଭାବରେ ଉତ୍ତର ଓ କେନ୍ଦ୍ରୀୟ ଓଡ଼ିଶାରେ ସ୍ୱଳ୍ପରୁ ମଧ୍ୟମ ଧାରଣର ବର୍ଷା ହେବ। ଜୁନ ଶେଷରୁ ଜୁଲାଇ ପ୍ରଥମ ସପ୍ତାହରେ ମଧ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ଲାଗି ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ସେପଟେ ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ  ଦକ୍ଷିଣ ଓଡ଼ିଶାରେ କାଳାବୈଶାଖୀ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଉଛି । ଗତ ୨୪ଘଣ୍ଟା ମଧ୍ୟରେ କୋରାପୁଟରେ ସର୍ବାଧିକ ୧୫.୪ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.