କଟକ ଓ ଭୁବନେଶ୍ୱରରେ ଆଜିଠୁ କଡ଼ାକଡ଼ି ନାଇଟ୍ କର୍ଫ୍ୟୁ: ସ୍ପେଶାଲ୍‌ ସ୍କ୍ଵାର୍ଡ ନିୟୋଜିତ, ସାଦା ପୋଷାକ ପାଟ୍ରୋଲିଂ ବ୍ୟବସ୍ଥା

ଭୁବନେଶ୍ୱର(କେନ୍ଯୁଜ୍): ରାଜଧାନୀରେ କରୋନା ସଂକ୍ରମଣ ଏବେ ସରକାରଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି। ରାଜ୍ୟବ୍ୟାପୀ ସଂକ୍ରମଣ କମି ଆସିଥିବା ବେଳେ ରାଜଧାନୀରେ ଏବେ ୨୫୦-୩୦୦ ଭିତରେ ପଜିଟିଭ୍ ଚିହ୍ନଟ ହେଉଛନ୍ତି। ତେଣୁ ଆଉ କିଛି ମାସ ରାଜଧାନୀବାସୀଙ୍କୁ ଜଗି ରଖି ଚଳିବାକୁ ପଡ଼ିବ ବୋଲି ସତର୍କ କରାଇଛନ୍ତି ସ୍ବାସ୍ଥ୍ୟବିଭାଗ । ବର୍ତ୍ତମାନ ପାର୍ବଣ ଋତୁ ଚାଲିଥିବାରୁ ଅଧିକ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ।

ତେଣୁ ପାର୍ବଣରେ ଭିଡ଼ ରୋକିବା ପାଇଁ ଟ୍ବିନ୍  ସିଟିରେ କଡ଼ା ସୁରକ୍ଷା । ପୂଜାକୁ ଶାନ୍ତି ଶୃଙ୍ଖଳାରେ ଶେଷ କରିବା ପାଇଁ ଆଜିଠୁ କଟକ, ଭୁବନେଶ୍ୱରରେ ରାତି ଆଠଟାରୁ ଲାଗୁ ହେବ ନାଇଟ କର୍ଫ୍ୟୁ । ରାତି ୮ଟାରୁ ସକାଳ ୫ଟା ଯାଏ ଜାରି ହେବ ନାଇଟ କର୍ଫ୍ୟୁ। କଟକରେ ମୁତୟନ ହେବେ ୩୨ ପ୍ଲାଟୁନ ଫୋର୍ସ ।

୨୦ ଚେକ୍‌ ପୋଷ୍ଟ ସହ ଶହେ ପୋଲିସ ଅଧିକାରୀ ଓ ୧୫୦ରୁ ଅଧିକ ହୋମଗାର୍ଡଙ୍କୁ ନିୟୋଜିତ କରାଯାଇଛି। ମଦୁଆଙ୍କୁ ଧରିବା ପାଇଁ ସ୍ୱତନ୍ତ୍ର ସ୍କାର୍ଡ ପ୍ରସ୍ତୁତ କରାଯାଇଛି। ପୂଜାରେ ବିଶୃଙ୍ଖଳା ସୃଷ୍ଟିକାରୀଙ୍କ ପ୍ରତି କଠୋର ପଦକ୍ଷେପ ନିଆଯିବ ବୋଲି ପୋଲିସ କମିଶନର ଚେତାବନୀ ଦେଇଛନ୍ତି। ପୂଜା ଆରମ୍ଭ ପୂର୍ବରୁ ୪୧ଜଣ ଗିରଫ ହେଲେଣି। ଆଉ ୨୦୩ ଜଣଙ୍କୁ ଧରିବା ପାଇଁ ତାଲିକା ପ୍ରସ୍ତୁତ ହୋଇଛି।

ନାଇଟ୍‌ କର୍ଫ୍ୟୁକୁ କ଼ଡାକଡି ପାଳନ କରିବା ପାଇଁ ରାତିରେ ସ୍ପେଶାଲ୍‌ ସ୍କ୍ଵାର୍ଡ ନିୟୋଜିତ କରାଯିବା ସହ ସାଦା ପୋଷାକ ପାଟ୍ରୋଲିଂ ବ୍ୟବସ୍ଥା କରାଯାଇଛି। କୋଭିଡ କଟକଣାରେ ଚଳିତବର୍ଷ ଦୁର୍ଗାପୂଜା ପାଳନ କରାଯାଉଛି।

ସୂଚନା ଥାଉକି, ଆଜି ମଣ୍ଡପରେ ଜଗଜ୍ଜନନୀ ମା’ ଦୁର୍ଗାଙ୍କ ଷଷ୍ଠୀ ପୂଜା । ହେଲେ ଗତ ଥର ପରି ଏଥରର ବି କରୋନା କଟକଣା ଯୋଗୁଁ ଲୋକଙ୍କ ମଧ୍ୟରେ ସେଭଳି ଉତ୍ସାହ ଦେଖିବାକୁ ମିଳିନି। ଏହାବାଦ ପୂଜା ସମୟରେ ସଂକ୍ରମଣ ଉପର ମୁହାଁ ହେବା ଆଶଙ୍କା କରି ଦୈତ୍ୟ ନଗରୀ କଟକ ଓ ଭୁବନେଶ୍ୱରରେ ଆଜିଠୁ କଡ଼ାକଡ଼ି ନାଇଟ୍ କର୍ଫ୍ୟୁ ଲାଗୁ ହେବାକୁ ଯାଉଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.