ରାଜ୍ୟରେ ଆହୁରି କଡ଼ାକଡ଼ି ହେବ ନାଇଟ କର୍ଫ୍ୟୁ : ସ୍ବାସ୍ଥ୍ଯ ମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟରେ ଆହୁରି କଡ଼ାକଡ଼ି ହେବ ନାଇଟ କର୍ଫ୍ୟୁ । ୧୦ ଜିଲ୍ଲାରେ ରାତି ୧୦ରୁ ସକାଳ ୫ଯାଏଁ ଏନଫୋର୍ସ ମେଣ୍ଟ କଡ଼ାକଡ଼ି କରାଯାଉଛି । ସୀମାବର୍ତ୍ତି ଜିଲ୍ଲାର ଯେଉଁ ଲୋକ ପଡୋଶୀ ଛତିଶଗଡ଼ରୁ ଆସୁଛନ୍ତି ସେମାନଙ୍କୁ ଅନୁଧ୍ୟାନ କରାଯାଉଛି । ଜିଲ୍ଲାପାଳ ଓ ପୋଲିସ ପ୍ରଶାସନକୁ ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦେଶ ଦିଆଯାଇଛି ।

ଗତକାଲି ମୁଖ୍ୟମନ୍ତ୍ରୀ ସମୀକ୍ଷା କରିଥିଲେ । ବରିଷ୍ଠ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ପଶ୍ଚିମ ଓଡ଼ିଶା ଯିବା ପାଇଁ । ଆଜି ଉନ୍ନୟନ କମିଶନର ଝାରସୁଗୁଡା ଓ ସୁନ୍ଦରଗଡ ଯାଇଛନ୍ତି । ମୁଖ୍ୟ ଶାସନ ସଚିବ ମଧ୍ୟ ଯିବେ । ଔଷଧ,ବେଡ଼, ଅକ୍ସିଜେନ ସବୁ ମହଜୁଦ ଅଛି । ଯଦି ସଚେତନ ନ ହେବା ସ୍ଥିତି ଭୟଙ୍କର ହେବ। ରାଜ୍ୟରେ ଯେତିକି କୋଭିସିଲ୍ଡ ଟୀକା ଅଛି ତାହା ୨ରୁ ୩ ଦିନ ଯିବ । ଅଧିକ ଟୀକା ଯୋଗାଇ ଦେବା ପାଇଁ କେନ୍ଦ୍ରକୁ ଚିଠି ଲେଖାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.