ଭୁବନେଶ୍ବରରେ ନୀତିନ ଗଡ଼କରୀ, ବରମୁଣ୍ଡା ପଡ଼ିଆରେ ଆୟୋଜିତ କାର୍ଯ୍ୟକ୍ରମରେ ହେବେ ସାମିଲ

ଭୁବନେଶ୍ବର: ଭୁବନେଶ୍ବରରେ ନୀତିନ ଗଡ଼କରୀ । ଆଜି ଓଡ଼ିଶାକୁ ୪ ହଜାର କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ ଭେଟିଦେବେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡ଼କରୀ । ୧୯ ପ୍ରକଳ୍ପର ଉଦଘାଟନ ଶିଳନ୍ୟାସ ସମେତ ବିଭିନ୍ନ କାର୍ଯ୍ୟକ୍ରମ ରହିଛି । ରେଭେନ୍ସା ବିଶ୍ୱବିଦ୍ୟାଳୟରେ ଆୟୋଜିତ ହରେକୃଷ୍ଣ ମହତାବ ସ୍ମାରକୀ ବକ୍ତୃତାମାଳାରେ ସାମିଲ ହେବେ । ‘ଭିତ୍ତିଭୂମି ବିକାଶ ଏବଂ ଓଡ଼ିଶା’ ଉପରେ ସେ ନିଜର ବକ୍ତବ୍ୟ ରଖିବେ । ଅପରାହ୍ନରେ ଗଡ଼କରୀ ଭୁବନେଶ୍ୱର ଫେରିବେ। ମଞ୍ଚେଶ୍ୱରରେ ଥିବା ବିଶ୍ୱ ଦକ୍ଷତା କେନ୍ଦ୍ର ପରିଦର୍ଶନରେ ଯିବେ । ଅପରାହ୍ନ ୩ଟାରେ ରାଜ୍ୟର ବିଭିନ୍ନ ଜାତୀୟ ରାଜପଥ ପ୍ରକଳ୍ପର ସମୀକ୍ଷା କରିବେ ।
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ଏହି ସମୀକ୍ଷା ବୈଠକରେ ଉପସ୍ଥିତ ରହିବେ । ପରେ ଭୁବନେଶ୍ୱର ବରମୁଣ୍ଡା ପଡ଼ିଆରେ ୧୯ଟି ପ୍ରକଳ୍ପର ଶିଳାନ୍ୟାସ ଓ ଲୋକର୍ପଣ କରିବେ । ଏଥିରେ ୨ହଜାର ୯୦୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବାକୁ ଥିବା ୧୩ଟି ଜାତୀୟ ରାଜପଥ, ୪୨୭ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବାକୁଥିବା ୪ଟି ସିଆରଆଇଏଫ୍ ବ୍ରିଜ୍ ର ଶିଳାନ୍ୟାସ ରହିଛି । ସେହିପରି ୮୪୧ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହୋଇଥିବା ୨ଟି ଜାତୀୟ ରାଜପଥକୁ ଉଦଘାଟନ କରିବେ । ତାଙ୍କ ଗସ୍ତକୁ ଦୃଷ୍ଟିରେ ରଖି କମିସନରେଟ ପୋଲିସ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି ।
ଆହୁରି ପଢ଼ନ୍ତୁ : ଆଜି ଓଡ଼ିଶା ଆସୁଛନ୍ତି ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ, ୧୯ଟି ପ୍ରକଳ୍ପର ଶିଳାନ୍ୟାସ ଓ କରିବେ ଉଦଘାଟନ