ଓଡିଶାକୁ ନାହିଁ ବାତ୍ୟା ବିପଦ, ୪ରୁ ବଢ଼ିବ ବର୍ଷାର ପରିମାଣ

ଓଡ଼ିଶା ଆସିବ ନାହିଁ ବାତ୍ୟା । କିନ୍ତୁ ପ୍ରଭାବରେ ବର୍ଷା ହୋଇପାରେ । ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ଆଜି ଦକ୍ଷିଣ ଓ ଉପକୂଳ ଜିଲ୍ଲାଗୁଡ଼ିକର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । କାଲି ପାଇଁ ୫ଟି ଜିଲ୍ଲା ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ।

ଭୁବନେଶ୍ୱର (କେନ୍ୟୁଜ): ଓଡ଼ିଶା ଆସିବ ନାହିଁ ବାତ୍ୟା । କିନ୍ତୁ ପ୍ରଭାବରେ ବର୍ଷା ହୋଇପାରେ । ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ଆଜି ଦକ୍ଷିଣ ଓ ଉପକୂଳ ଜିଲ୍ଲାଗୁଡ଼ିକର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । କାଲି ପାଇଁ ୫ଟି ଜିଲ୍ଲା ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ। ୫ ତାରିଖରେ ବଢିବ ବର୍ଷା ପରିମାଣ। ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୫ ଜିଲ୍ଲା ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାକୁ ଜାରି ହୋଇଛି ଅରେଞ୍ଜ ୱାର୍ଣ୍ଣିଂ।

ସେହିପରି ୬ ଜିଲ୍ଲାକୁ ପାଣିପାଗ ବିଭାଗ ଦେଇଛି ୟେଲୋ ୱାର୍ଣ୍ଣିଂ । ଅନ୍ୟପଟେ ଚଳିତ ବର୍ଷ ରାଜ୍ୟରେ କମ୍ ଶୀତ ହେବ । ଶୀତ ଋତୁରେ ରାତି ତାପମାତ୍ରା ସ୍ବାଭାବିକଠାରୁ ଅଧିକ ରହିବା ସମ୍ଭାବନା ରହିଛି । ଫଳରେ ଡିସେମ୍ବରରୁ ଫେବ୍ରୁଆରୀ ଭିତରେ ଶୀତର ପ୍ରକୋପ କମ୍ ରହିବା ସମ୍ଭାବନା ଥିବା କହିଛି ପାଣିପାଗ ବିଭାଗ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.